ଦୈନିକ ରାଶିଫଳ: 26 ସେପ୍ଟେମ୍ବର 2025, ମା ସନ୍ତୋଷୀଙ୍କ କୃପାରୁ ଏହି 4 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଗୃହସ୍ଥ ଜୀବନରେ ଅସୁବିଧା ହୋଇପାରେ, ତେଣୁ ଧ୍ୟାନ ଦେବା ଉଚିତ୍‌। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର୍ କରିବାକୁ ବାଧ୍ୟ ହେବେ। ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତି ସହ ଜଡିତ ଲୋକମାଙ୍କର ମାନସମ୍ମାନ ବୃଦ୍ଧି ପାଇବ। ଜିଦ୍ଖୋର ମନୋଭାବ ଯୋଗେ କିଛି ଲୋକ ଆପଣଙ୍କ ଉପରେ କ୍ରୋଧିତ ହୋଇପାରନ୍ତି। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସରକାରୀ କାମରେ ସଫଳତା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବାସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ। ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କିଛି ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାପା ଓ ପରିବାରର ଅନ୍ୟ ସଦସ୍ୟ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବା ସହ ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ସାମାଜିକ କାର୍ଯ୍ୟରେ ସଫଳତା ପାଇଁ ଗର୍ବ ଅନୁଭବ କରିବେ। ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାରକଲେ ଆଶାତିତ ଲାଭବାନ୍ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। କାର୍ଯ୍ୟକ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପରିବାରର କେତେକ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ଅନୁଭବ କରିବେ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ। କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ। ଯେତେ ଜଟିଳ ଥିଲେ ମଧ୍ୟ ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରି ପାରିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶତୃଙ୍କ ସହିତ ମୁକାବିଲା କରିପାରିବେ। ଗୃହରେ ଶୁଭ କାର୍ଯ୍ୟ ହୋଇପାରେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଅଚାନକ ଭାବରେ ସ୍ଥାନ ପରିବର୍ତ୍ତନ ହୋଇ ପାରେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ କାରଣ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ନୂତନ ଯୋଜନାରେ ସଫଳତା ମିଳିବାସହ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଦୂର ସ୍ଥାନକୁ ଯାତ୍ରା କରି ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ନୂତନ ବସ୍ତୁ କ୍ରୟ କଲେ କ୍ଷତିରେ ପଡିବେ। ପେଟରେ ଗ୍ୟାସ ସମସ୍ୟା ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶୁଭ ସମାଚାର ମିଳିବା ସହ ନିଜଲୋକ ସାହାଯ୍ୟ କରିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ