ଦୈନିକ ରାଶିଫଳ: 27 ଅଗଷ୍ଟ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ପଦୋନ୍ନତି ସହ ନୂତନକର୍ମପ୍ରାପ୍ତି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶୁଭ ସମାଚାର ଶୁଣିବାକୁ ମିଳିବ। ସହ ଯୋଗୀଙ୍କ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମପ୍ରତି ଉତ୍ସାହ ଫଳରେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ଅର୍ଥାଗମ ଦିଗ ଖୋଲା ରହିବ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ବ୍ୟବସାୟରେ ଶତୃ ବୃଦ୍ଧିହେଲେ ମଧ୍ୟ ଅଧିକାଂଶ ଦ୍ରବ୍ୟରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଉତ୍ସାହ ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ସୁଧାର ଆସିବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। ଜୀବନସାଥି, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ଅଜଣା ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ। ପରିବହନରେ ବିଶେଷ ଲାଭବାନ ହେବେ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଶାନ୍ତିସନ୍ତୋଷ ଦେଖାଦେବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଦୂରଯାତ୍ରା କରିବା ଦ୍ଵାରା ସୁସ୍ଥତା ଅନୁଭବ କରିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବାହନ ଆଦି କ୍ରୟ କରିପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବ ଓ ହରାଇଥିବା ଧନ ପ୍ରାପ୍ତି ହେବ। ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣାପାଇ ନିଜ ପରିଶ୍ରମରୁ ଲାଭ ମିଳିବା ସହ ଗୃହସ୍ଥ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ଓ ଭାବମୂର୍ତ୍ତି ଅମଳିନ ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!