ଦୈନିକ ରାଶିଫଳ: 27 ଅଗଷ୍ଟ 2025, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁମାନେ ସହଯୋଗ କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲାରେ ବିଜୟ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ସାଧାରଣ କଥାକୁ ଭୃକ୍ଷେପ ନକରି ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ।ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ମିଥୁନ:-ଶୁଭ ସମାଚାର ମିଳିବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ। ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ। କର୍ମଚାରୀ ଓ ଶ୍ରମିକମାନେ ଉପରିସ୍ଥଙ୍କୁ ଆପଣାର କରି ବେସୀ ଉପକୃତ ହେବେ। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ବସ୍ତ୍ରଆଭୂଷଣ ଲାଭ ହୋଇ ପାରେ। ମାନସିକ ସ୍ଥିତି ଭଲ ରହିବ। ପ୍ରେମ ପ୍ରସଙ୍ଗରେ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ। ଶତୃମାନେ ମୁଣ୍ଡ ଟେକିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଗୃହୋପକରଣ କ୍ରୟ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶରୀର ସୁସ୍ଥ ରହିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ହରାଇ ଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। କୌଣସି ବିଚାରାଧୀନ ଯୋଜନାକୁ ପୁନର୍ବାର ଆରମ୍ଭ କରିବାରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ