ଦୈନିକ ରାଶିଫଳ: 27 ଏପ୍ରିଲ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଭଲକାର୍ଯ୍ୟ ହାତଛଡା ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ସାମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ବନ୍ଧୁଙ୍କ ସହଯୋଗରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ଉଚ୍ଚପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଯେ କୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। କୌଣସି କାରଣରୁ ମାନସିକ ଆଶାନ୍ତି ବୃଦ୍ଧି ପାଇବ। ଅତ୍ୟଧିକ ଆତ୍ମବିଶ୍ୱାସ ହେତୁ ଅସୁବିଧାର ସମ୍ମୁଖୀନ ହେବେ। ଅନଇତିକ କାର୍ଯ୍ୟକଳାପରୁ ଦୂରେଇ ରୁହନ୍ତୁ ନତୁବା ସ୍ୱାସ୍ଥ୍ୟ ସମସ୍ୟା ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପଢାପଢିରେ କୌଣସି ଅସୁବିଧା ହେବ ନାହିଁ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବା ସହ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସମସ୍ତ କାର୍ଯ୍ୟକୁ ଯୋଜନାବଦ୍ଧ ଉପାୟରେ କରିବା ଦ୍ୱାରା ସଫଳତା ମିଳିବ। ବ୍ୟବସାୟରେ ଆୟ ବୃଦ୍ଧି ହେବାଫଳରେ ବହୁତ ଖୁସି ହେବେ। ପରିବାର ସଦସ୍ୟମାନେ ଆପଣଙ୍କ ଇଚ୍ଛା ପୂରଣ କରିବାକୁ ପ୍ରସ୍ତୁତ ହେବେ। ଜୀବନସାଥୀଙ୍କ କ୍ୟାରିୟରରେ ବହୁତ ସଫଳତା ପାଇପାରିବେ। ଦୈନଦିନ କାର୍ଯ୍ୟ ଶୃଙ୍ଖଳିତ ହେବାସହ ଚାକିରିରେ ସ୍ଥାନାନ୍ତର ହୋଇପାରେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମକର:-ସମସ୍ତ କାର୍ଯ୍ୟ ଆପଣଙ୍କ ଇଚ୍ଛା ଅନୁଯାୟୀ ସମ୍ପନ୍ନ କରି ପାରିବେ। ବ୍ୟବସାୟରେ ଅଗ୍ରଗତି ହେବା ଫଳରେ ସନ୍ତୁଷ୍ଟ ରହିବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପୁରୁଣା ସାଙ୍ଗମାନଙ୍କ ସହିତ ଆଲୋଚନା କରିବେ। ଯୁବକଯୁବତୀମାନେ ସେମାନଙ୍କ କ୍ୟାରିୟର ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ନୂତନ କାର୍ଯ୍ୟରେ ଆଗ୍ରହୀ ହେବାସହ ସାମାଜିକ ସ୍ଥିତି ସୁଦୃଢ ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସହକର୍ମୀ ମାନଙ୍କ ମାଧ୍ୟମରେ ଆପଣ ଆର୍ଥିକ ସୁବିଧା ପାଇବେ ଓ ଅର୍ଥର ଅଭାବ ଦୂର ହୋଇଯିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ଓ ସମୟ ଆନନ୍ଦ ମୟହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସହଭାଗୀତା ବ୍ୟବସାୟରେ ଆପଣ ଭଲଲାଭ ପାଇପାରିବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସମ୍ପର୍କରେ ପାରସ୍ପରିକ ସମ୍ମାନ ବୃଦ୍ଧି ପାଇବାସହ ପାରିବାରିକ ଜୀବନ ବହୁତ ଆନନ୍ଦ ଦାୟକ ହେବ। ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ ନକରି ନିଜରକାର୍ଯ୍ୟ ନିଜେ କରିବା ଉଚିତ୍। ଚିତ୍ତବିନୋଦନ ପାଇଁ ଆପଣ ଅଯଥା ଟଙ୍କା ଖର୍ଚ୍ଚ କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!