ଦୈନିକ ରାଶିଫଳ: 28 ଅଗଷ୍ଟ 2025, ମା’ଲକ୍ଷ୍ମୀଙ୍କ କୃପାରୁ ଆଜି 4 ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଗୃହବାହନ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇପାରେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଧୈର୍ଯ୍ୟ ଏବଂ ଦୃଢତା ସହିତ କାର୍ଯ୍ୟ କରନ୍ତୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ନିଜର କାମକୁ ଅନ୍ୟମାନଙ୍କୁ ଦେବା ଠାରୁ ଦୂରେଇ ରୁହନ୍ତୁ। ଲୋକମାନେ ଆପଣଙ୍କ ମତ ସହିତ ସହମତ ହେବା ଫଳରେ ଆନନ୍ଦିତ ହେବେ। ଅଦରକାରୀ ଜିନିଷ ଉପରେ ଓ ଅଦରକାରୀ ଭାବନା ଉପରେ ଅଧିକ ସମୟ ନଷ୍ଟ କରନ୍ତୁ ନାହିଁ। ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

ଧନୁ:-ଜନସମ୍ପର୍କ ସୁଦୃଢ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଆଲୋଚନା ମାଧ୍ୟମରେ ଲାଭ ପାଇବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିପାରିବେ। ଅଶାନ୍ତିର ଝଡ ଶାନ୍ତ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଛାତ୍ର ଛତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ସମ୍ମାନୀତ ହେବେ। ପ୍ରେମ ପ୍ରସଙ୍ଗରେ ବନ୍ଧୁମାନେ ସହଯୋଗ କରିବେ। ବିଦେଶୀ ଦ୍ରବ୍ୟ ବାଣିଜ୍ୟରେ ଅଧିକ ଲାଭଦାୟକ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଖାଇବା ପିଇବାରେ କିଛି ଅସନ୍ତୁଳନ ହୋଇପାରେ। ପ୍ରତିକାର- ତୁଲସୀମୂଳ ମାଟି ମସ୍ତକରେ ଧାରଣ କରନ୍ତୁ।

ମୀନ:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଉଚିତ ପନ୍ଥା ଗ୍ରହଣ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ପୂର୍ବକ ସମସ୍ୟାର ସମାଧାନ କରି ପାରିବେ ଓ କର୍ମଚାରୀମାନେ ପ୍ରଶଂସିତ ହେବେ। ରାଜନୀତିରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସିତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ନିଜ ଲୋକ ମନମୋଟିଆ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ