ଦୈନିକ ରାଶିଫଳ: 28 ଏପ୍ରିଲ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବୁଦ୍ଧିଜୀବି ମାନଙ୍କ ସାନ୍ନିଧ୍ୟରେ ଆସି କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ସହ ଆଶୀର୍ବାଦ ମିଳିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ଆଶା କରିଥିବା କାର୍ଯ୍ୟ ପୁରଣ କରି ପାରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଅଧିକ ଲାଭ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରି ପାରିବେ। କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇ ଯିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ମନ ଓ ଶରୀର ଭଲ ରହି ନପାରେ। ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଆପଣ ବିଶେଷ ବ୍ୟସ୍ତ ରହିବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବଂଧୁଙ୍କ ସହ ଯୋଗରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବୈଷୟିକ କ୍ଷେତ୍ରରେ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନଙ୍କର ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। କୌଣସି ମାଙ୍ଗଳିକ ଉତ୍ସବରେ ଯୋଗଦାନ କରିବେ। ଶତୃମାନେ ପରାଜିତ ହେବେ। କଳା,ସାହିତ୍ୟ ଓ ସାମ୍ବାଦିକ ତାରେ ପ୍ରଂଶସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ମୀନ:-କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକା ମାନେ ଶୁଭ ସୂଚନା ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!