ଦୈନିକ ରାଶିଫଳ: 29 ଅକ୍ଟୋବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ରାସ୍ତା ଘାଟରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମାଜିକ କାର୍ଯ୍ୟରେ ସଫଳତାପାଇ ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଥଗିତଥିବା କର୍ମଟି ପୂରଣ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:- ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚିତ୍। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:- ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ସକଳ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯାନବାହନ ସୁଖ ମିଳିବାସହ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ଠିକ୍ ରହିବାସହ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ।ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ।ପାଖ ପଡୋଶୀ ମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ସାମାଜିକ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇ ପାରେ। ବିରକ୍ତି ସ୍ୱଭାବ ପ୍ରକାଶ ପାଇବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସନ୍ତାନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ଖୁସୀ ହୋଇ ଯିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଶତୃମାନେ ପରାଜିତ ହେବା ସହ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସମସ୍ତ ସମସ୍ୟା ସମାଧାନ ହେବାସହ କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ଆର୍ଥିକସ୍ଥିତି ଭଲ ରହିବା ଫଳରେ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ ଓ ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!