ଦୈନିକ ରାଶିଫଳ: 01 ମଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରସ୍ଥାନକୁ ଯାତ୍ରା ନକରିବା ଉଚିତ୍ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ି ପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବା ସହ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପରିବାରରେ କିଛି ସମସ୍ୟା ଉପୁଜିବାସହ ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେବେ । ଅନାବଶ୍ୟକ ଧାଁଦୌଡ଼ କରିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟରେ ଶତୃମାନେ ପରାଜିତ ହେବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ କିଛି ମିଳିବା ଫଳରେ ଆଶାତୀତ ଲାଭବାନ ହେବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ସିଂହ:-ଜଣେ ବନ୍ଧୁଙ୍କଠାରୁ ସହଯୋଗ ପାଇବେ । ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସମସ୍ୟା ଦୂର ହୋଇ ସମ୍ମାନୀତ ହେବେ । କେତେକ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇଯିବ । ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ । ସ୍ୱାସ୍ଥ୍ୟର ଯତ୍ନ ନେବାକୁ ହେବ । ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-ରୋଜଗାର ସମସ୍ୟା ସୁଧୁରି ଯାଇ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଯିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧନ ସମ୍ପତ୍ତି ପ୍ରାପ୍ତି ହେବ । ଭାଗିଦାର ମାନଙ୍କଠାରୁ ସାହାଯ୍ୟ ପାଇ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତିପତ୍ନିଙ୍କ ମଧ୍ୟରେ ଥିବା ମନାନ୍ତର ମତାନ୍ତର ଦୂରେଇ ଯିବାସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:- ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-କର୍ମଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ଆଖପାଖର ଲୋକମାନେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଯତ୍ନର ସହିତ ବୈଦୁତିକ ଉପକରଣ ବ୍ୟବହାର କରନ୍ତୁ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନକର୍ମ ଆରମ୍ଭ କଲେ ସଫଳ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଆୟର ସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ହସଖୁସିରେ ସମୟ ବିତାଇବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ପଦ ପ୍ରତିଷ୍ଠା ପ୍ରାପ୍ତି ହେବ । ବ୍ୟବସାୟମାନେ ଅଧିକ ଲାଭ କରିବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମୀନ:-ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ବିଦେଶ ଯାତ୍ରାରେ ସଫଳ ହେବେ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଙ୍କ ଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!