ମେଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଦୁଃଖୀ ଲୋକଙ୍କୁ ସାହାରାହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବିଦ୍ୟାରେଉନ୍ନତି ଓ ମାନସିକ ଶାନ୍ତି ଅନୁଭବ କରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ କର୍ମରେ ସ୍ଥିରତା ଆସିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପିଲାମାନଙ୍କ କାର୍ଯ୍ୟ କଳାପ ପ୍ରତି ସତର୍କ ନହେଲେ ସମ୍ମାନ ହାନୀର ସୂଚନା ଦେବ। ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବା ଫଳରେ ମନ ଭଲ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। ଯାନ ବାହାନରେ ଯାତ୍ରା ନକରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର- ସବୁଜରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ, କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଶୁଭ ସମାଚାର ଶୁଣିବାକୁ ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତିରେ ଯାତ୍ରାରେ ସମୟ କଟିବ ଓ ଲାଭ ପାଇ ପ୍ରସଂଶିତ ହେବେ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ବିଶେଷ ଲାଭାନ୍ୱିତ ହେବେ। ଉନ୍ନତି ଫଳରେ ମନସନ୍ତୁଷ୍ଟ ରହିବ। ଖେଳରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁ ଭେଟ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁମିତ୍ରଙ୍କ ଆଗମନ ହେବା ଫଳରେ ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ ନିଜଲୋକମାନେ ଓ ସହକର୍ମୀ ମାନେ ପ୍ରସଂଶା କରିବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କୁମ୍ଭ:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ନୂଆ ନିଯୁକ୍ତିର ସୁଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।