ଦୈନିକ ରାଶିଫଳ: 3 ଜୁଲାଇ 2025, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି 3 ରାଶିଙ୍କ ଘରକୁ ହେବ ଧନର ଆଗମନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ସମସ୍ୟା ସମାଧାନ ହେବାସହ କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ଆର୍ଥିକସ୍ଥିତି ଭଲ ରହିବା ଫଳରେ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ରାସ୍ତା ଘାଟରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସନ୍ତାନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ଖୁସୀ ହୋଇ ଯିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଶତୃମାନେ ପରାଜିତ ହେବା ସହ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଶୁଭ ସମାଚାର ଶୁଣି ଧୈର୍ଯ୍ୟ ଓ ସାହସ ବୃଦ୍ଧି ପାଇବାସହ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ ଓ ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବାସହ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-କମିଶନ କାର୍ଯ୍ୟରେ ସାମାନ୍ୟ ଲାଭ ହେବାର ସମ୍ଭାବନା ଅଛି। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବହୁତ ଦିନରୁ ଲାଗିଥିବା ବିବାଦରୁ ମୁକ୍ତି ମିଳିବାସହ ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥ ହୋଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଦୂରଯାତ୍ରାର ସୁଯୋଗ ପାଇବେ ଓ ଯାତ୍ରାଫଳରେ ଉତ୍ସାହିତ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ ଓ ପରିବାରରେ ସୁଖଶାନ୍ତି ଫେରି ଆସିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ସମସ୍ୟା ସମାଧାନ ହୋଇ ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ତଥା ଲୋକମାନଙ୍କୁ ନିଜର କରି ପାରିବେ। ପରୀକ୍ଷା, ପ୍ରତିଯୋଗୀତାରେ ବିଜୟୀ ହେବେ। ଆୟରସ୍ରୋତ ଖୋଲିଯିବାସହ ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ନୂତନ ଲୋକଙ୍କ ସହିତ ଭେଟ ହୋଇ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବାସହ ଧନସମ୍ପଦରେ ଅଭିବୃଦ୍ଧି ତଥା ଗୃହବାହନ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରଧନ ଭୋଗ କରିବାର ଲାଳସା ଜାଗ୍ରତ ହୋଇ ପାରେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ପରାଜିତ ହେବା ସହ କର୍ମକ୍ଷେତ୍ରରେ ଆର୍ଥିକ ଉନ୍ନତି ହେବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବାସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!