ମେଷ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆୟ ଅଧିକ ହେବା ଫଳରେ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ନୂତନ ସଂସ୍ଥାର ଆୟୋଜନ କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ଖେଳରେ ପ୍ରଶଂସା ପାଇବେ, ବିଦ୍ୟାରେ ମନନିବେଶ କରିବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଅଧସ୍ତନ କର୍ମୀ ଓ ସହକର୍ମୀ ଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ବ୍ୟବସାୟରେ ଉତ୍ତମ ରୋଜଗାର ହେବ। କର୍ମକ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ତୁଳା:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣି ପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। କର୍ମକ୍ଷେତ୍ରରେ ଉନ୍ନତି ଓ ସାହାଯ୍ୟ ସୁଯୋଗ ମିଳିପାରେ। ନୂଆ ଚାକିରୀ ମଧ୍ୟ ମିଳିପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମସ୍ତକରେ ଧାରଣ କରନ୍ତୁ।
ଧନୁ:-ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କଲେ ବିପଦ। ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶତ୍ରୁମାନେ ପରାଜିତ ହେବେ। ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଅପେକ୍ଷାରେ ରହିବେ। ଇଲେକ୍ଟ୍ରୋନିକ୍ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ। ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।