ମେଷ:-ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବା ଯୋଗେ ଖୁସି ରହିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସମୟ ପୂର୍ବରୁ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ନିଜର ଲକ୍ଷ ପୂରଣ କରିପାରିବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ପାରନ୍ତି। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହୋଇ ଅର୍ଥଲାଭର ମାର୍ଗ ଖୋଲିଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ସମସ୍ୟା ଦୂର ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ପ୍ରେମିକ ପ୍ରେମିକାମାନେ ରୋମାଣ୍ଟିକ୍ ମନୋଭାବରେ ରହିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାମାଜିକ ଉତ୍ସବରେ ଭାଗ ନେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବ୍ୟବସାୟରେ ସଫଳତା ମିଳିବ। ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ସିଂହ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂରହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ। କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଦିନଚର୍ଯ୍ୟା ସୁଖଦାୟକ ହେବ। ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କନ୍ୟା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଇଲୋକଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପାରନ୍ତି। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶରୀର ସୁସ୍ଥ ରହିବ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ରାଜନୀତିରେ ଲୋକପ୍ରିୟତା ଯୋଗେ ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁର ସମ୍ପର୍କ ସ୍ଥାପନ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଆୟବୃଦ୍ଧି, ଋଣମୁକ୍ତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ହସଖୁସିରେ ସମୟ ବିତେଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟରେ ମାନସିକ ସ୍ଥିରତା ବଢ଼ିବ ଓ ପରିଶ୍ରମ ଦ୍ୱାରା ଅଧିକ ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ଆଶା ପୂରଣ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ମୀନ:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।