ଦୈନିକ ରାଶିଫଳ: 30 ଜୁଲାଇ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କ୍ଷମତା, ଯୋଗ୍ୟତାରେ ଯୋଡି ହୋଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ।ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଆର୍ଥିକ ସାହାଯ୍ୟ ମିଳିବା ଯୋଗେ ସମୟ ଆନନ୍ଦମୟ ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବା ସହ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଯୋଗେ ମନ ଆନନ୍ଦ ରହିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!