ମେଷ:-ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବା ଫଳରେ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବୃଷ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଘରୋଇ କାମରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସରକାରୀ କର୍ମକ୍ଷେତ୍ରରେ ଅଶାନ୍ତି ଲାଗିବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଭାବି ଚିନ୍ତି କାର୍ଯ୍ୟ କଲେ ଉଚ୍ଚଆଶା ସଫଳ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇ ପାରେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଆର୍ଥିକ ଅନାଟନ ଦେଖା ଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସ ରତ ରହିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ।ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଛି। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହୋଇ ପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରେମୀକ ପ୍ରେମିକା ମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତରେ ଉତ୍ସାହିତ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।
