ଦୈନିକ ରାଶିଫଳ: 31 ଜୁଲାଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ଜୀବନ ସୁଖରେ କଟିବ। ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ମାନସିକ ସୁସ୍ଥତା ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସି ହେବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟୀମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ। ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇ ପାରେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳ ହେବ। ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ପୁରାତନ ରୋଗର ଉପସମ ପରିଲକ୍ଷିତ ହେବ। ଅଧିକ ପରିଶ୍ରମ ଫଳରେ ଅର୍ଥଲାଭ ହୋଇ ଜୀବନ ଶୈଳିରେ ପ୍ରତିଷ୍ଠାଲାଭ କରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ପ୍ରେମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ। ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ। ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ। ବାସଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ଦୂରଯାତ୍ରାରେ ସଫଳତା ମିଳିବ। ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି। କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାର ମାନ୍ୟତା ଦେଇ ପ୍ରଶଂସିତ ହେବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!