ମେଷ:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ଭାତୃବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଚିତ୍ତ ପ୍ରସନ୍ନଯୋଗେ କାର୍ଯ୍ୟ ସିଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବୃଷ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ। ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭପାଇବେ। ପ୍ରତିକାର:- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ତେବେ ଶାନ୍ତିର ନିଃଶ୍ଵାସ ମାରି ପାରିବେ। କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ପାରିବ। ବ୍ୟବସାୟକ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପ୍ରମୋଶନର ସୂଚନାପାଇ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।
ମକର:-ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବ୍ୟବସାୟରେ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଋଣରୁ ମୁକ୍ତିମିଳିବାସହ ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ନୂତନ ଯୋଜନା ପ୍ରସ୍ତୁତ କରିବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାସହ ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ମୀନ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।