ମେଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବିଦ୍ୟାର୍ଥୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। କୌଣସି ଶୁଭକାର୍ଯ୍ୟ ସମ୍ପନ୍ନ କରି ପାରନ୍ତି। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କର୍କଟ:-କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସାହିତ୍ୟ, କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ବ୍ୟବସାୟୀ ମାନଙ୍କର କଠିନ ପରିଶ୍ରମ ଫଳରେ ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସଫଳତା ମିଳିବା ସହ ସୁଖଶାନ୍ତି ମିଳିବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ପ୍ରେମପ୍ରସଙ୍ଗରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ବ୍ୟାପାର ବା କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
