ଦୈନିକ ରାଶିଫଳ: 6 ଜୁନ 2025, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରିରୀକ ଅସୁସ୍ଥତା ଦୂର ହେବ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ଦେବା ଫଳରେ ପାରିବାରିକ ଜୀବନ ସୁଖରେ କଟିବ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତା ସାଙ୍ଗକୁ ସମୟାବର୍ତ୍ତିତା ରକ୍ଷା କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବିଦ୍ୟାର୍ଥୀଙ୍କର ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସାମାନ୍ୟ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯାଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସି ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ।ଉଚ୍ଚଶିକ୍ଷାପାଇଁ ଆଶାୟୀଥିବା ଛାତ୍ରଛାତ୍ରୀମାନଙ୍କର ଆଶା ପୂରଣ କରି ପାରିବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ସନ୍ତୋଷ ଦେଖାଦେବ। ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବେ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!