ମେଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବାସହ ଗୃହରେ କଲ୍ୟାଣକର କର୍ମସମ୍ପାଦନ କରି ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମିଥୁନ:-ସ୍ଥଗିତଥିବା କର୍ମଟି ପୂରଣ ହେବ। ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଭବିଷ୍ୟତ ଯୋଜନାରେ ନିବେଶ କରିପାରିବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
କର୍କଟ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ସଫଳ ହେବେ। ସହଯୋଗୀମାନେ ସହଯୋଗ କରିବା ଫଳରେ କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ପରିଜନ ଓ ସାଧୁଜନପ୍ରିୟ ହୋଇ ସୁଖଭୋଗ କରିବେ। କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ସିଂହ:-ଶତୃମାନେ ଦୂରେଇଯିବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ। ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।
କନ୍ୟା:-ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ନୂଆ ନିଯୁକ୍ତି ଯୋଗ ଅଛି। ପ୍ରତିକାର:- ଫିଟିକିରି ଟିକେ ପାଣିରେ ମିଶେଇ ଗାଧାନ୍ତୁ।
ତୁଳା:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ସଫଳତା, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।
ବିଚ୍ଛା:-ଶତୃମାନେ ମିତ୍ରଭାବ ଆଚରଣ କରିବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନା ଯୁକ୍ତ ହେବେ। ବନ୍ଧୁବାନ୍ଧବଙ୍କ ସହ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ରାଜନୀତି ମାମଲାରେ ସଫଳତା ମିଳିବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ସ୍ୱାସ୍ଥ୍ୟରେ ଉନ୍ନତି, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ପିଲାମାନଙ୍କ ସଫଳତାରେ ଖୁସିହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଆୟର ପନ୍ଥା ସହଜ ହେବ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ଆତ୍ମୀୟମାନେ ବିଶ୍ୱାସ ଘାତକତା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।