ଦୈନିକ ରାଶିଫଳ: 7 ଜୁଲାଇ 2025, ମହାଦେବଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ଫଳରେ ଆନନ୍ଦିତ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ।ଦାମ୍ପତ୍ୟ ସୁଖରେ ଖୁସି ହେବେ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରି ପାରନ୍ତି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ସତର୍କରେ ନ ଚାଲିଲେ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। କୌଣସି ସାର୍ବଜନୀନ ଉତ୍ସବରେ ଯୋଗଦାନ କରିବେ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ। ବ୍ୟବସାୟବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ସଫଳତା ମିଳିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରି ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପିଲାମାନଙ୍କ କାର୍ଯ୍ୟରେ ବ୍ୟଥିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି। ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ଠିକ୍ ରହିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ବ୍ୟବସାୟ ବଢାଇବାରେ ସମର୍ଥ ହେବେ କିନ୍ତୁ ସତର୍କ ରହିଲେ ଆର୍ଥିକ ଭାରସାମ୍ୟ ରକ୍ଷାକରି ପାରିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!