ମେଷ:-ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସାମାଜିକ ପତିଆରା ଅମଳିନ ରହିବ ଓ ଟଙ୍କ।ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ। କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବକେୟା ଅର୍ଥ କିଛି ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ସିଂହ:-ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ରାଜନୀତିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସନ୍ତାନମାନେ ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଘର-ପରିବାରକୁ ପ୍ରାଥମିକତା ଦେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରୀକ୍ଷା, ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ସରକାରୀ ଚାପ ପଡିଲେ ମଧ୍ୟ ଅନେକ କ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବା ପାଇଁ ଚୁକ୍ତିପତ୍ର କରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।
ମକର:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଟଙ୍କାର ଆବଶ୍ୟକତା ପୂରଣ ହେବ। ପରିବା ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ଆଧ୍ୟାତ୍ମିକ ବା ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବାଦବିବାଦ, ମାଲିମୋକଦ୍ଦମା, ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ପରିବାରରେ ମାନ ମନାନ୍ତର ଦୂର ହେବା ସହ ଆର୍ଥିକ ସ୍ଥିତି ସୁଦୃଢ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।