ଦୈନିକ ରାଶିଫଳ: 8 ସେପ୍ଟେମ୍ବର 2025, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ରାଜନୀତିରେ ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ରାଜନୀତି କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଶ୍ୱଶୁର ଘର ପକ୍ଷରୁ ସମର୍ଥନ ପାଇବେ ଓ ଆୟ ଅପରିବର୍ତ୍ତିତ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତ୍ତି ଲାଭ ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବାସହ ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପାଇବେ ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଶାରୀରିକ ସୁସ୍ଥତା ଅନୁଭବ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ଉଚ୍ଚ ସମ୍ମାନ ପାଇ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପରିବହନ ବ୍ୟବସାୟରେ ପରିଣାମ ଅନୁକୂଳ ହୋଇ ବିଶେଷ ଲାଭବାନ ହେବେ। ପରିବାରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଲୋକମାନେ ଆପଣଙ୍କ ଉପରେ ଅଧିକ ନିର୍ଭରଶୀଳ ହେବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ଛାତ୍ରଛାତ୍ରୀମାନେ ସେମାନଙ୍କ ଅଧ୍ୟୟନ ପାଇଁ ଟିକେ ଚିନ୍ତିତ ରହିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୁଯୋଗ ପାଇ ପାରନ୍ତି। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ