ମଇ 15 ତାରିଖରୁ ମଇ 21 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ଧନପ୍ରାପ୍ତି ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବା ଫଳରେ କର୍ମୋନ୍ନତିର ରାସ୍ତା ଖୋଲିଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରୀଡ଼ା, କଳା, ସଂସ୍କୃତି କ୍ଷେତ୍ରରେ ବିଜୟୀହେବେ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରିବାରରେ ସାଧାରଣ ବାତାବରଣ ଜାରିରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସୁଖ ସମୃଦ୍ଧି ବୃଦ୍ଧିହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ଶୁଭ ସମାଚାର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ ଦୂରଯାତ୍ରାର ସୁଯୋଗ ପାଇ ସୁନାମ ଅର୍ଜନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। କର୍ମ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। ଆର୍ଥିକ ଅନାଟନ ଯୋଗୁ ପାରିପାର୍ଶୀକ ବାତାବରଣ ଅଶାନ୍ତ ରହିପାରେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିପାରିବେ। ଶତୃମାନେ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଶରୀର ସୁସ୍ଥ ରହିବ। ଶିକ୍ଷାର୍ଥୀ ମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଉତ୍ତମ ରୋଜଗାର ମିଳିବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ ଓ ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ବକେୟା ଅର୍ଥ କିଛି ମିଳିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ବାନ୍ଧବଙ୍କ ଦ୍ୱାରା କେତେକ ଜଟିଳ ସମସ୍ୟାର ସମାଧାନ କରି ଅନେକ କାର୍ଯ୍ୟ ସହଜ ସରଳରେ ହାସଲ କରିପାରିବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସମସ୍ତ ପ୍ରକାର ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ଓ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ରାଜନୀତି କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହୋଇ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ଶାରିରୀକ ସସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରସଂଶିତ ହେବା ସହ ଉଚ୍ଚପଦ ପଦବି ପ୍ରାପ୍ତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ବିଶେଷ ଲାଭବାନ୍ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବୃଦ୍ଧିହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହୋଇ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ପ୍ରତ୍ୟେକଦିନ ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ ଓ ଜୀବନସଥିଙ୍କ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ନିଶ୍ଚୟ ଚାକିରୀ ମିଳିବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଯଶ ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ମଧ୍ୟ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!