ମଇ 22 ତାରିଖରୁ ମଇ 28 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ଧନଲାଭ ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ କଲେମଧ୍ୟ ଶାରିରୀକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ସାମାଜିକ ପତିଆରା ଅମଳିନ ରହିବ।ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟରେ ମତି ରହିବ। ପ୍ରସିଦ୍ଧି, ସାମାଜିକ ସ୍ଥିତି, ମାନସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଉତ୍ତମ ରୋଜଗାର କରି ପାରିବେ। ରାଜନୀତି କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟଉପାର୍ଜନ ବୃଦ୍ଧିହୋଇ ଅଚାନକ ଧନପ୍ରାପ୍ତି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସାମାଜିକ ସ୍ତରରେ ଖ୍ୟାତି ଅର୍ଜନ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ସହନଶୀଳତା ଯୋଗେ ଯଶ ମିଳିବ। ପରିବାର ଜନଙ୍କ ସହ କୌଣସି ଦୂରଜାଗାକୁ ଯାତ୍ରା କରି ପାରନ୍ତି। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳ ହେବେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପୁରାତନ ରୋଗର ଉପଶମ ହୋଇଯିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବ୍ୟବସାୟରେ ଆୟ ଅପରିବର୍ତ୍ତିତ ରହି ଶାନ୍ତି ଶୃଙ୍ଖଳା ଦେଖା ଦେବ ଓ ଆଶାତୀତ ଲାଭ ମିଳିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗରୁ ଉପସମ ପାଇବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। କରଜର ମାତ୍ରା ହ୍ରାସ ପାଇବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ମାନସମ୍ମାନ ବୃଦ୍ଧିହେବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ମାନସିକଶାନ୍ତି ଫଳରେ ଏକାଗ୍ରତା ବଜାୟ ରହିବ। ଆୟର ସ୍ରୋତ ବୃଦ୍ଧି ହେବ। ମନର ଅଶାନ୍ତି ଅସନ୍ତୋଷ ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ପ୍ରତିକାର-ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଆଶା କରିଥିବା ଧନ ପ୍ରାପ୍ତି ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ମାନସିକ ବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ। ବକେୟା ଅର୍ଥ କିଛି ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ଉପାର୍ଜ୍ଜନର ବୃଦ୍ଧି, ଉନ୍ନତି ସହ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶା କରିଥିବା ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନ ମୂଳକ ଦିଗପ୍ରତି ଆଗ୍ରହି ହେବେ। ପୁରାତନ ରୋଗର ପ୍ରକୋପ ହ୍ରାସ ହେଲେ ମଧ୍ୟ ଉଦରପୀଡ଼ା ଦେଖାଦେବ। ମାନସିକ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ ସୁସ୍ଥ ବାତାବରଣ ଜାରି ରହିବ। କରଜର ମାତ୍ରା ହ୍ରାସ ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। କାର୍ଯ୍ୟା ଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ମାନସିକ ଦୁଶ୍ଚିନ୍ତା, ଶତ୍ରୁବାଧା ଦୂରେଇ ଯିବାଫଳରେ ସ୍ଥିତି ଠିକ୍ ରହିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ।ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଆୟ ଉପାର୍ଜ୍ଜନରେ ବୃଦ୍ଧି ପାଇବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ବକେୟା ଅର୍ଥ ଆଦାୟ ହେବା ସହ ଋଣମୁକ୍ତି ହେବେ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ। ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବା ସହ ମାନସମ୍ମାନ ବୃଦ୍ଧିହେବ। ପରିବାରରେ ସାଧାରଣ ଚଳଣି ଅତୁଟ ରହି ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୀତିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁଧାର ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ଧାର୍ମିକ କାର୍ଯ୍ୟରେ ଅର୍ଥ କିଛି ବ୍ୟୟ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି।ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!