ସେପ୍ଟେମ୍ବର 04 ତାରିଖରୁ 10 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିଙ୍କର ବନୁଛି ଧନଲକ୍ଷ୍ମୀଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶିର ଫଳଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟିକ ସ୍ଥିତି ସୁଦୃଢ ହେବାସହ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଶତୃମାନେ ପରାଜିତ ହେବାସହ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିପାରନ୍ତି। ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ଶୁଭରଙ୍ଗ-ନାଲି, ହଳଦୀ, କ୍ରିମ୍। ଅଶୁଭ ରଙ୍ଗ- ସବୁଜ। ଶୁଭବାର-ସୋମବାର, ମଙ୍ଗଳବାର, ଗୁରୁବାର। ଶୁଭଦେବୀ-ମା ମଙ୍ଗଳା। ଶୁଭଅଙ୍କ ବା ସଂଖ୍ୟା-୯। ରାଶିର ତାରିଖ-୯। ଘାତବାର-ରବିବାର। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶିର ଫଳଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ। କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବାସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କାର୍ଯ୍ୟକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ଶୁଭରଙ୍ଗ-ଧଳା, ସବୁଜ। ଅଶୁଭ ରଙ୍ଗ- ହଳଦୀ, କମଳା। ଶୁଭବାର-ବୁଧବାର, ଶୁକ୍ରବାର। ଶୁଭ ଦେବୀ-ଲକ୍ଷ୍ମୀ। ଶୁଭସଂଖ୍ୟା-୬। ତାରିଖ-୬। ଘାତବାର-ଶନିବାର। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇବାସହ ବାକିଥିବା ଅର୍ଥ ଆଦାୟ ହେବ। କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବାଉଚିତ୍। ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ସନ୍ତାନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ଖୁସୀ ହୋଇ ଯିବେ। ଶୁଭ ରଙ୍ଗ-ଶାଗୁଆ। ଅଶୁଭ ରଙ୍ଗ- ହଳଦୀ, କମଳା। ଶୁଭବାର-ବୁଧବାର। ଶୁଭ ଦେବତା- ଶ୍ରୀଗଣେଶ। ଅଙ୍କ ବା ସଂଖ୍ୟା-୪। ତାରିଖ-୪। ଘାତବାର-ସୋମବାର। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କର୍କଟ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ପୂର୍ଣ୍ଣ କରିବେ। ବିଦ୍ୟାରେ ଉନ୍ନତି ହେବାସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଆରାମରେ ଚଳି ପାରିବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ ଓ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଶୁଭରଙ୍ଗ-ଧଳା ଓ କ୍ରିମ। ଅଶୁଭ ରଙ୍ଗ- କିଛି ନାହିଁ। ଶୁଭବାର-ସୋମବାର। ଶୁଭ ଦେବତା-ଶିବଭଗବାନ।ଶୁଭଅଙ୍କ ବା ସଂଖ୍ୟା-୨। ରାଶିର ତାରିଖ-୨। ଘାତବାର-ବୁଧବାର। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ସିଂହ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବାସହ ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକାରୀ ପ୍ରସନ୍ନ ରହିବା ଫଳରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଶୁଭରଙ୍ଗ-କମଳା ଓ ହଳଦିଆ। ଅଶୁଭ ରଙ୍ଗ- କଳା, ନୀଳ। ଶୁଭବାର-ରବିବାର, ବୁଧବାର। ଶୁଭ ଦେବତା-ସୂର୍ଯ୍ୟ। ଶୁଭଅଙ୍କ ବା ସଂଖ୍ୟା-୧। ତାରିଖ-୧, ୧୦। ଘାତବାର-ଶନିବାର। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। କିନ୍ତୁ ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବାଉଚିତ୍। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ଶୁଭରଙ୍ଗ-ଶାଗୁଆ, କମଳା। ଅଶୁଭ ରଙ୍ଗ- କ୍ରିମ୍। ଶୁଭବାର-ରବିବାର, ବୁଧବାର। ଶୁଭ ଦେବତା-ଶ୍ରୀ ଗେଣେଶ। ଶୁଭସଂଖ୍ୟା-୫। ତାରିଖ-୫। ଘାତବାର-ଶନିବାର। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହିତ ଉତ୍ତମ ଆୟର ପଥ ପରିସ୍କାରହେବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବାସହ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବିଦେଶଯାତ୍ରାରେ ଯଶଲାଭ, ମାନସମ୍ମାନ ବୃଦ୍ଧି, ସୁଖ ସମୃଦ୍ଧି ବୃଦ୍ଧି ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। କିନ୍ତୁ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଘରଠୁ କର୍ମକ୍ଷେତ୍ରକୁ ଗୁରୁତ୍ଵଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ଶୁଭରଙ୍ଗ-ଧଳା। ଅଶୁଭରଙ୍ଗ- ହଳଦୀ, କମଳା। ଶୁଭବାର-ଶୁକ୍ରବାର। ଶୁଭ ଦେବତା-କୁବେର। ଶୁଭ ଦେବୀ-ସନ୍ତୋଷି ମା। ଶୁଭସଂଖ୍ୟା-୬। ଶୁଭତାରିଖ-୬। ଘାତବାର-ଗୁରୁବାର। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଶାରିରୀକ ଅସୁସ୍ଥତା ଦୂରହେବାସହ ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ବଢିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁ ରୂପେ କରିପାରିବେ ଓ ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ପାରିବାରିକ ଜୀବନ ସୁଖରେ କଟିବ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବାସହ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଶୁଭରଙ୍ଗ-ନାଲି। ଅଶୁଭରଙ୍ଗ-ସବୁଜ। ଶୁଭବାର-ମଙ୍ଗଳବାର। ଶୁଭ ଦେବତା- ହନୁମାନ। ଶୁଭ ଦେବୀ-ମା ମଙ୍ଗଳା। ଶୁଭସଂଖ୍ୟା-୯। ଶୁଭତାରିଖ-୯। ଘାତବାର-ଶୁକ୍ରବାର। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ବାକିଥିବା ଅର୍ଥ ଆଦାୟ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ କିନ୍ତୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବାସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ଶୁଭରଙ୍ଗ-ହଳଦିଆ ଓ ମିଶାରଙ୍ଗ। ଶୁଭବାର-ଗୁରୁବାର। ଶୁଭ ଦେବତା-ବିଷ୍ଣୁ। ଶୁଭ ଦେବୀ-ତାରାତାରିଣୀ। ଶୁଭସଂଖ୍ୟା-୭। ଶୁଭତାରିଖ-୭। ଘାତବାର- ଶୁକ୍ରବାର। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମକର ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗ ପ୍ରକୋପର ଉପସମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ଶୁଭରଙ୍ଗ-ନୀଳ, ଆକାଶିଆ, କଳା। ଅଶୁଭରଙ୍ଗ- କମଳା। ଶୁଭବାର-ଶନିବାର। ଶୁଭ ଦେବତା-ଶନିଦେବ। ଶୁଭଦେବୀ-କାଳୀ। ଶୁଭସଂଖ୍ୟା-୮। ରାଶିର ତାରିଖ-୮। ଘାତବାର- ମଙ୍ଗଳବାର। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ଦୂରଯାତ୍ରାର ସୁଯୋଗ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବାସହ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସହନ ଶୀଳତା କାଏମ ରହିବାସହ ସାମାଜିକ ପତିଆରା ଅମଳିନ ରହିବ। ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇ ପ୍ରଶଂସିତ ହେବେ। ଶୁଭରଙ୍ଗ-ନୀଳ। ଅଶୁଭରଙ୍ଗ- ନାଲି ଓ କମଳା। ଶୁଭବାର-ଶୁକ୍ରବାର, ଶନିବାର। ଶୁଭ ଦେବତା- ଶିବଭଗବାନ। ଶୁଭ ଦେବୀ-ମା ଦକ୍ଷିଣକାଳୀ। ଶୁଭସଂଖ୍ୟା- ୮। ଶୁଭତାରିଖ-୮। ଘାତବାର-ଗୁରୁବାର। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ ଜନ୍ମ ହୋଇଥିବ ସେମାନେ ମୀନରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ ଓ ସବୁଥିରେ ସଫଳତା ମିଳିବ।ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଅନେକ ଶୁଭକର୍ମର ସୁଯୋଗ ପାଇବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଶିର ଶୁଭରଙ୍ଗ-ହଳଦିଆ। ଅଶୁଭରଙ୍ଗ-ସବୁଜ। ରାଶିର ଶୁଭବାର-ରବିବାର, ଗୁରୁବାର। ରାଶିର ଶୁଭଦେବତା-ବିଷ୍ଣୁ। ରାଶିର ଶୁଭଦେବୀ-ତାରିଣୀ। ରାଶିର ଶୁଭସଂଖ୍ୟା-୩। ରାଶିର ଶୁଭତାରିଖ-୩, ୧୨, ୨୧, ୩୦। ଘାତବାର-ଶୁକ୍ରବାର। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!