ଦୈନିକ ରାଶିଫଳ: 01 ଏପ୍ରିଲ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧ତାରିଖ, ଶୁକ୍ରବାର, ମୀନ ମାସ ୧୮ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି ଦିବା ୧୧ଟା ୫୪ ମିନିଟ୍ ପରେ ପ୍ରତିପଦ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ଦିବା ୧୦ଟା ୪୦ ମିନିଟ୍ ପରେ ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ ଦିବା ୯ଟା ୩୬ ମିନିଟ୍ ପରେ ଇନ୍ଦ୍ର ଯୋଗ । ନାଗ କରଣ ଦିବା ୧୧ଟା ୫୪ମିନିଟ୍ ପରେ କିନ୍ତୁଘ୍ନ କରଣ । ବିଛା,ଧନୁ ଓ ମୀନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ଆମିଷ ନ ଖାଇଲେ ଭଲ ଦିବା ୧୧ ଟା ୫୪ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଐଶାନ୍ୟେ ଦିବା ୧୧ଟା ୫୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟା ଏକୋଦ୍ଧିଷ୍ଟ ଏବଂ ପ୍ରତିପଦର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୪୮ମିନିଟ୍ ରୁ ଦିବା ୧୧ଟା ୫୧ମିନିଟ୍, ରାତ୍ରି ୮ଟା ୫୪ମିନିଟ୍ ରୁ, ରାତ୍ରି ୧୦ଟା ୨୨ମିନିଟ୍ । ଶୁଭସମୟ- ସକାଳ ୫ଟା ୪୫ମିନିଟ୍ ରୁ ୬ଟା ୩୩ମିନିଟ୍, ସକାଳ ୭ଟା ୨୨ମିନିଟ୍ ରୁ ୮ଟା ୪୮ମିନିଟ୍, ଦିବା ୧୨ଟା ୧୫ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ସନ୍ଧ୍ୟା ୫ଟା ୫୭ମିନିଟ୍, ସନ୍ଧ୍ୟା ୭ଟା ୩୧ମିନିଟ୍ ରୁ ରାତ୍ର ୮ଟା ୫୪ମିନିଟ୍, ରାତ୍ର ୧ଟା ୪୮ମିନିଟ୍ ରୁ ରାତ୍ର ୪ଟା ୦୯ମିନିଟ୍ । ପର୍ବଦିନ- ଚୈତ୍ର ଅମାବାସ୍ୟା, ବାସନ୍ତିକ ନବରାତ୍ର ଆରମ୍ଭ, ଉତ୍କଳ ଦିବସ ।

ମେଷ:-ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଦୂରଯାତ୍ରା କରିଲେ ବି ଶାରୀରିକ କଷ୍ଟ ଦୂରେଇ ଯିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ଗୃହୋପଯୋଗୀ ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସା ପାଇବେ । ଛାତ୍ର ଛାତ୍ରୀମାନେ ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବା ଫଳରେ କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରେମିକ ପ୍ରେମିକା ମାନଙ୍କର ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କର୍କଟ:-ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେନାହିଁ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ସିଂହ:-ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ମାନସିକ ଏକାଗ୍ରତା ରଖି ପାରିବେ । ରାଜନୈତିକ କ୍ଷେତ୍ରରେ ପୁରୁଖା ନେତାଙ୍କର ସହଯୋଗରେ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନ ମାନଙ୍କର ଉନ୍ନତି ଖବର ପାଇ ଖୁସିହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି । ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସନ୍ତାନ, ଜୀବନସାଥି କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ସହକର୍ମୀମାନେ ସହଯୋଗ କରିବା ଫଳରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ନିଜର ମାନସିକ-ଭାରସାମ୍ୟ ରକ୍ଷାକରି ଆସ୍ୱସ୍ତି ଲାଭ କରିବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ତମ ରୋଜଗାର ହେବ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ବ୍ୟବସାୟୀ ମାନେ ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ଧନ ଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!