ଦୈନିକ ରାଶିଫଳ: 01 ଡିସେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୧ତାରିଖ, ମଙ୍ଗଳବାର, ବିଛାମାସ ୧୬ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ରୋହିଣୀ ନକ୍ଷତ୍ର, ସକାଳ ୮ଟା ୩୦ମିନିଟ୍ ଗତେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ, ଦିବା ୪ଟା ୫୨ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୯ମିନିଟ୍ ରୁ ୬ଟା ୫୧ମିନିଟ୍, ସକାଳ ୮ଟା ୫୩ମିନିଟ୍ ରୁ ୧୧ଟା ୧୨ମିନିଟ୍, ସନ୍ଧ୍ୟା ୫ଟା ୩ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୮ଟା ୨୦ମିନିଟ୍ ରୁ ୮ଟା ୩୧ମିନିଟ୍, ରାତ୍ର ୯ଟା ୨୫ମିନିଟ୍ ରୁ ୧୨ଟା ୧ମିନିଟ୍।

ମେଷ:-

ଆଧ୍ୟାତ୍ମିକ ଓ ବୌଦ୍ଧିକ ଶକ୍ତି ଜାଗ୍ରତ ହେବ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ ଓ ପ୍ରାର୍ଥନା ପାଇଁ ସମୟ ଦେବେ। ଦୂରଯାତ୍ରା କରିବେ ଓ ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କଠିନ ପରିଶ୍ରମ ଦ୍ଵାରା ସଫଳତା ପାଇବେ। ପରିବାରରେ କାହାର ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ସହଜ ସରଳରେ ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପରିବାରରେ ଆଦରଣୀୟ ହୋଇ ସୁଖି ହେବେ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି। କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇ ପାରେ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-

ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ପୁରାତନ ରୋଗର ଉନ୍ନତି ପରିଲକ୍ଷିତ ହେବ। ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ ଓ ରାଜକୀୟ ସମ୍ମାନ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-

ସାମାଜିକ କଲ୍ୟାଣ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। କୋର୍ଟ କଚେରୀ ସମ୍ବନ୍ଧୀୟ ମାମଲା ଆପଣଙ୍କ ସପକ୍ଷରେ ଆସିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବାଦବିବାଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିଲେ ମଧ୍ୟ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ଧନସମ୍ପଦରେ ଅଭିବୃଦ୍ଧି ତଥା ଗୃହବାହନ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକ ପ୍ରିୟତା ଅର୍ଜ୍ଜନ କରି ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଋଣରୁ ମୁକ୍ତି, ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହୋଇ ସୁଖଭୋଗ କରିବେ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!