ଦୈନିକ ରାଶିଫଳ: 01 ଫେବୃୟାରୀ ୨୦୨୧, ମହାଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧ତାରିଖ, ସୋମବାର, ମକର ମାସ ୧୯ଦିନ, ମାଘ ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର, ପ୍ରାତଃ ୬ଟା ୫୮ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର, ପ୍ରାତଃ ୬ଟା ୫୮ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୨୫ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧୦ଟା ୫୪ମିନିଟ୍ ରୁ ୧ଟା ୬ମିନିଟ୍, ଦିବା ୪ଟା ୧୨ମିନିଟ୍ ରୁ ୪ଟା ୪୯ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ୨ଟା ୫୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବାଦବିବାଦ, ମାଲି ମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମେହନତର ପରିଣାମ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ । ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସହକର୍ମୀମାନଙ୍କର ସମର୍ଥନ, ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ । ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସମ୍ପତ୍ତି କ୍ରୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ । ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ପାଖ ପଡ଼ୋଶୀ ମାନେ କଟୁବଚନ ଶୁଣେଇବେ । ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ଉଚ୍ଚ ଆଶାରେ ଆଗେଇବେ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଶୁଭ ସମାଚାର ପ୍ରାପ୍ତି ହେବ । ବାଣିଜ୍ୟ ବ୍ୟାପାର କାମପାଇଁ ବାହାରକୁ ଯିବାକୁ ପଡିପାରେ । କୌଣସି ବନ୍ଧୁଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ନିଜର କଷ୍ଟ ଓ ପରିଶ୍ରମର ଫଳ ବା ପୁରସ୍କାର ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଲକ୍ଷ ପ୍ରାପ୍ତି ପାଇଁ ପୂର୍ଣ୍ଣ ରୂପରେ ସମର୍ପିତ ରହିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ଆୟ ଉପାର୍ଜନରେ ବାଧା ନାହିଁ । ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରେମପ୍ରସଙ୍ଗକୁ ସାମାଜିକ ମାନ୍ୟତା ମିଳିଯିବ । ପତିପତ୍ନୀଙ୍କ ମଧ୍ୟରେ କଳହ ସମାପ୍ତ ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ସାମାଜିକ ସ୍ତରରେ ଖ୍ୟାତି ହେବ । ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ବକେୟା ଅର୍ଥ କିଛି ଆଦାୟ ହେବ । କର୍ମଚାରୀ ମାନଙ୍କୁ ଭରସାକଲେ ବ୍ୟବସାୟରେ ପ୍ରବଳ ଧନଲାଭ ହୋଇ ଆର୍ଥିକ ସ୍ଥିତି ମଜବୁତ୍ ହେବ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-

ଋଣମୁକ୍ତ ଓ ଋଣପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ମାନସିକ ଶାନ୍ତି ମିଳିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-

କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦ ଅନୁଭବ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିବେ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ବନ୍ଧୁ ସମାଗମ ହେବେ । ଶତୃମାନେ ଅପଦସ୍ତ ହେବେ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ି ଧନ ଲାଭ ହେବାରୁ ମନ ଖୁସି ରହିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟଭାର ଗ୍ରହଣ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରୟାସରତ ରହିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!