ସାପ୍ତାହିକ ରାଶିଫଳ: ଫେବୃୟାରି 01 ତାରିଖ ରୁ ଫେବୃୟାରି 07 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସବୁ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେଇ ବିଦ୍ୟାକ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପିଲାମାନଙ୍କ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ ଶାନ୍ତ ହୋଇ ଶାନ୍ତି ଅନୁଭବ କରିବେ । ଉତ୍ତମ ରୋଜ ଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରିବେ । ଗୃହରେ ଶୁଭକାର୍ଯ୍ୟ କରି ପାରିବେ । ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଧନର ଆଗମନ ହୋଇପାରେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହେବେ ।

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତି ଦୂରେଇ ଯିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେବାକୁ ପଡିପାରେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ସହ ସବୁଥିରେ ସଫଳତା ମିଳିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସମୟ ଗୁଡିକ ହସ ଖୁସିରେ ବିତିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ ।

ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନୂତନକର୍ମରେ ନିଯୁକ୍ତି ପାଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ ।

ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ପ୍ରଶଂସିତ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିଲେ ସଫଳ ହେବେ । ପ୍ରତିକାର-ଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହୋଇ ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ ।

କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଉଚିତ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ । ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ଛାତ୍ର ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରାକରିବେ । ପ୍ରେମିକ ପ୍ରେମିକା ମାନେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ ।

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ ।

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଛାତ୍ର-ଛାତ୍ରୀମାନେ ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମାରେ ରାଜକୀୟ ସମ୍ମାନ ମିଳିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ଭଲ ରହିବ । ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି ।

ବିଦେଶ ଯାତ୍ରାରେ ସଫଳ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରି ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟା କରିବେ । ବିଦ୍ୟାକ୍ଷେତ୍ରରେ ଯଶ ପ୍ରାପ୍ତିହେବ ଓ ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ ।

ମିତ୍ରଙ୍କ ସାହାଯ୍ୟ ଦ୍ଵାରା କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସନ୍ତାନ ସୁଖ ମିଳିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ରାଜନୀତିରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ । ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ପୁରୁଣା ନିବେଶ ଲାଭ ଦେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଶାନ୍ତି ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ପଦପଦବି ଆଶାୟୀ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।

କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ଯିବ । ନୂତନ ବସ୍ତୁ କ୍ରୟ କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ସଂବାଦ ପାଇ ଖୁସିହେବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ପିତା ମାତାଙ୍କ ଶରୀର ସୁସ୍ଥ ରହିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସ୍ଵାସ୍ଥ୍ୟରେ ସୁଧାର ଆସିବ ।

କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇ ପାରନ୍ତି । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । କାର୍ଯ୍ୟବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇ ଯିବ । ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରି ପାରନ୍ତି । ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ରାଜନୀତିରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରତ ହେବେ । ବ୍ୟବସାୟରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଶୁଭ କାମ କରି ପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ନୂଆ କାମ ନୂଆ ପ୍ରେରଣା ଦେବ ।

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!