ଦୈନିକ ରାଶିଫଳ: 01 ଜାନୁୟାରୀ 2023, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୧ତାରିଖ, ରବିବାର, ଧନୁମାସ ୧୭ଦିନ, ପୌଷମାସ, ଶୁକ୍ଳପକ୍ଷ, ଦଶମୀତିଥି, ଅଶ୍ଵିନୀ ନକ୍ଷତ୍ର ଦିବା ୧୨ଟା ୪୯ମିନିଟ୍ ପରେ ଦ୍ଵିଜାନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଶିବଯୋଗ ପ୍ରାତଃ ୭ଟା ୨୩ମିନିଟ୍ ପରେ ସିଦ୍ଧଯୋଗ । ତୈତିଳ କରଣ ପ୍ରାତଃ ୬ଟା ୪୮ମିନିଟ୍ ପରେ ଗର କରଣ । ମେଷ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୧୧ମିନିଟ୍ ପରେ ଶିମ୍ବ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ସନ୍ଧ୍ୟା ୭ଟା ୧୨ମିନିଟ୍ ପରେ ଆଗ୍ନୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୨୮ମିନିଟ୍ ରୁ ୧ଟା ୧୧ମିନିଟ୍, ରାତ୍ରି ୧ଟା ୨୯ମିନିଟ୍ ରୁ ୩ଟା ୭ମିନିଟ୍ । ଶୁଭସମୟ- ସକାଳ ୬ଟା ୫୪ମିନିଟ୍ ରୁ ୯ଟା ୩ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ର ୭ଟା ୪୧ମିନିଟ୍ ରୁ ୯ଟା ୨୪ମିନିଟ୍, ରାତ୍ର ୧୨ଟା ୪ମିନିଟ୍ ରୁ ୧ଟା ୧୪ମିନିଟ୍, ରାତ୍ର ୨ଟା ୫୫ମିନିଟ୍ ରୁ ୬ଟା ୧୦ମିନିଟ୍ । ପର୍ବଦିନ- ଶାମ୍ବଦଶମୀ, ଇଂରାଜୀନବବର୍ଷ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଆର୍ଥିକ ଉନ୍ନତିରେ ବାଧା ଦେଖାଦେବା ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅନ୍ୟମନସ୍କ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିପାରନ୍ତି । ବ୍ୟବସାୟରେ ଉନ୍ନତି ଓ ଭଲ ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଧନଲାଭ ହେବା ଯୋଗୁ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଶତୃମାନେ ପରାଜିତ ହେବେ । ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ରାଜନୀତିରେ ସଫଳତା ମିଳିବ । ବିଦ୍ୟାକ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଶୁଭ ବା ମଙ୍ଗଳ କାମର ଆୟୋଜନ କରିପାରିବେ । ଛାତ୍ରଛାତ୍ରୀମାନେ ଭ୍ରମଣପ୍ରିୟ ହେବେ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ବ୍ୟବସାୟରେ ଆଦୌଫୁରୁସତ୍ ପାଇବେ ନାହିଁ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମଚାରୀ ମାନଙ୍କର ଅତ୍ୟଧିକ କାର୍ଯ୍ୟଚାପ ହେତୁ ଚିନ୍ତିତ ରହିବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଆତ୍ମୀୟମାନେ ଭିତରେ ଭିତରେ ଚେର କାଟି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଲେଖାପଢାରୁ ଶୁଭଫଳ ମିଳିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷା କରିବେ । ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ସାଙ୍ଗସାଥିମାନେ ସାହାଯ୍ୟ କରିବେ । ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶୁଭ ସମାଚାର ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ବ୍ୟବସାୟରେ ପ୍ରସାର ପ୍ରଚାର ହୋଇ ଧନ ଲାଭ ହେବାରୁ ମନଖୁସି ରହିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରତିକାର- ନୀଳ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଶତ୍ରୁବାଧା ଦୂରେଇ ଯିବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!