ଦୈନିକ ରାଶିଫଳ: 01 ଜାନୁୟାରୀ ୨୦୨୧, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର, ଯାହା ବଦଳାଇଦେବ ଆପଣଙ୍କ ଜୀବନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୧ତାରିଖ, ଶୁକ୍ରବାର, ଧନୁମାସ ୧୮ଦିନ, ପୌଷମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ସକାଳ ୯ଟା ୩୩ମିନିଟ୍ ଗତେ ତୃତୀୟାତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ, ସକାଳ ୯ଟା ୩୩ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୭ଟା ୭ମିନିଟ୍, ସକାଳ ୭ଟା ୫୨ମିନିଟ୍ ରୁ ୯ଟା ୬ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୩ଟା ୪୯ମିନିଟ୍ ରୁ ୫ଟା ୧୪ମିନିଟ୍, ସନ୍ଧ୍ୟା ୬ଟା ୮ମିନିଟ୍ ରୁ ରାତ୍ର ୮ଟା ୩୧ମିନିଟ୍, ରାତ୍ର ୧୨ଟା ୧୭ମିନିଟ୍ ରୁ ରାତ୍ର ୨ଟା ୧ମିନିଟ୍ । ପର୍ବଦିନ- ୨୦୨୧ ମସିହା ଇଂରାଜୀ ନବବର୍ଷ ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ପ୍ରକାଶ ପାଇବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ବିଜ୍ଞାନ ଭୌତିକ ଶାସ୍ତ୍ର ଗଣିତସହ ସମ୍ବନ୍ଧୀତ ବିଦ୍ୟାରେ ଆଗ୍ରହ ବୃଦ୍ଧି ପାଇବ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । କୌଣସି ଘଟଣା ମନକୁ ବିବ୍ରତ କରିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ଆକସ୍ମିକ ଧନ ପ୍ରାପ୍ତି ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । କାରବାରରେ ଉତ୍ଥାନ ହେବା ଫଳରେ ଅଧିକ ଲାଭ ପାଇ ମନ ଖୁସି ହେବ । ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରେମକ୍ଷେତ୍ରରେ ସଫଳ ହେବେ । ବାଦ ବିବାଦ, କ୍ରିଡା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳ ପ୍ରାପ୍ତି ହେବ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭକରି ମାନସିକ ଶାନ୍ତି ଅନୁଭବ କରିବେ । ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ଭୋଗ ବିଳାସକୁ ତୁଚ୍ଛମଣି ରାଜନୀତିରେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସୁନାମପ୍ରାପ୍ତି, ସମ୍ମାନ ବୃଦ୍ଧି ଉଚ୍ଚଶିକ୍ଷା ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଅଟକିଥିବା ଧନ ମିଳିଯିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଦୂରଯାତ୍ରାରେ ସଫଳତା ପାଇବେ ଓ ପ୍ରିୟଜନଙ୍କ ସହ ମିଳନ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ବିଦ୍ୟାରେ ଉନ୍ନତିହେବା ସହ ଆଶାଜନକ ଫଳ ପ୍ରାପ୍ତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟ ମଧ୍ୟମ ଧରଣର ହେବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ । ଶତ୍ରୁମାନେ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମକର:-

ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଉଚ୍ଚ ଆଶାରେ ଆଗେଇବେ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ବ୍ୟବସାୟିକ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଅଟକିଥିବା କାର୍ଯ୍ୟ ଚାଲୁ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂଆ ଯୋଜନାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଉତ୍ତରଦାୟିତ୍ୱ ବଢ଼ିବ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଦୂରଯାତ୍ରାରେ ଲାଭପାଇବେ । ଚିତ୍ତପ୍ରସନ୍ନ ରହିବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କାର୍ଯ୍ୟ ସିଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇସୁଖ ସମ୍ପଦ ପ୍ରାପ୍ତିହେବ । ବିରୋଧିମାନେ ଦୂରେଇ ଯିବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ରାଜନୀତି କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!