ଦୈନିକ ରାଶିଫଳ: ୦୧ ଜୁଲାଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧ ତାରିଖ, ବୁଧବାର, ମିଥୁନ ମାସ ୧୭ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ଶିମ୍ବ, ଆମିଷ ନ ଖାଇଲେ ଭଲ। ଶୁଭସମୟ ସକାଳ ୭ଟା ୫୪ମିନିଟ୍ ରୁ ୮ଟା ୩୧ମିନିଟ୍, ଦିବା ୧୦ଟା ୧୨ମିନିଟ୍ ରୁ ୧୧ଟା ୨୩ମିନିଟ୍, ଦିବା ୨ଟା ୩ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୧୦ଟା ୧ମିନିଟ୍। ପର୍ବଦିନ ବାହୁଡା ଯାତ୍ରା, ସର୍ବସମ୍ମତ ପଦ୍ମା ଏକାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଦ୍ଵନ୍ଦିତା ରେ ଜୟଯୁକ୍ତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଓ ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟ ରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କଲେ ବ୍ୟବସାୟକୁ ବଢେଇ ପାରିବେ। କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

କର୍କଟ:-

ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆତ୍ମୀୟ ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡିପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ।ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସମୟ ଅନୁକୂଳ ହେବା ଦ୍ଵାରା ଦିନଟି ଆନନ୍ଦରେ କଟେଇ ପାରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ।  ପ୍ରତିକାର:- ଅସହାୟଙ୍କର ସେବା କରନ୍ତୁ।

ତୁଳା:-

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରି ପାରନ୍ତି। ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ବିଚ୍ଛା:-

ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ଉନ୍ନତି କରିପାରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବାହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇ ବିବାହ କରିବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶିଳ୍ପ ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ।  ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!