ଦୈନିକ ରାଶିଫଳ: 01 ଜୁଲାଇ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧ ତାରିଖ, ଗୁରୁବାର, ମିଥୁନ ମାସ ୧୭ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ସପ୍ତମୀ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ, ବବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ଦିବା ୨ଟା ୨ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ଦିବା ୨ଟା ୨ମିନିଟ୍ ପରେ ଐଶାନ୍ୟେ । ଶ୍ରାଦ୍ଧ ତର୍ପଣ- ୭ମୀର ଏକୋଦ୍ଦିଷ୍ଟ ଶ୍ରାଦ୍ଧ । ଅଶୁଭବେଳା- ଦିବା ୩ଟା ୮ମିନିଟ୍ ରୁ ଦିବା ୪ଟା ୪୭ମିନିଟ୍ । ଦିବା ୪ଟା ୪୭ମିନିଟ୍ ରୁ ସନ୍ଧ୍ୟା ୬ଟା ୨୫ମିନିଟ୍ । ରାତ୍ରି ୧୧ଟା ୫୦ମିନିଟ୍ ରୁ ରାତ୍ରି ୧ଟା ୧୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୬ମିନିଟ୍, ଦିବା ୯ଟା ୩୯ମିନିଟ୍ ରୁ ୧୧ଟା ୨୩ମିନିଟ୍, ସନ୍ଧ୍ୟା ୭ଟା ୧୦ମିନିଟ୍ ରୁ ରାତ୍ର ୯ଟା ୧୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି । କାରବାରରେ ସ୍ଥିତି ଠିକ୍ ରହିବ । ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେ ଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-

ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ସ-ମ୍ବ-ନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ନିକଟକୁ ଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବ୍ୟବସାୟରେ କଠିନ ପରିଶ୍ରମ କଲେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ମଉଜ-ମସ୍ତିରେ ସମୟ କଟିପାରେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-

ଅନେକ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସ-ମ୍ବ-ନ୍ଧରେ ଅଧିକ ଘନିଷ୍ଠତା ହେବ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପରିବାର ବା ଘର ସ-ମ୍ବ-ନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବିଦ୍ୟା ଓ ଖେଳରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସମାଜ ସେବାର ସୁଯୋଗ ପାଇ ସାମୟିକ ଚିନ୍ତା ଦୂରହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ପିଲାଙ୍କସହ ଖୁସିଗପ ଓ ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!