ଦୈନିକ ରାଶିଫଳ: 01 ଜୁନ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୧ ତାରିଖ, ମଙ୍ଗଳବାର, ବୃଷମାସ ୧୮ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୪୮ମିନିଟ୍, ସକାଳ ୯ଟା ୩୪ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୫ଟା ୨୪ମିନିଟ୍, ସନ୍ଧ୍ୟା ୬ଟା ୧୯ମିନିଟ୍ ରୁ ୭ଟା ୧ମିନିଟ୍, ରାତ୍ର ୯ଟା ୨ମିନିଟ୍ ରୁ ୯ଟା ୫୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ସନ୍ତାନଙ୍କ ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ବରିଷ୍ଠ ଅଧିକାରୀଙ୍କ ସହ ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ବ୍ୟବସାୟରେ ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳତା ଭରପୂର ରହିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଅତ୍ୟନ୍ତ ଲାଭଦାୟକ ହେବ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଶୁଭ ସୂଚନା ପାଇବେ । ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ପାଖରେଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ କାର୍ଯ୍ୟର ଦାୟିତ୍ଵ ବଢିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସନ୍ତୁଷ୍ଟ ହେବେ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପିଲାମାନଙ୍କ ଉନ୍ନତି ପାଇଁ ବ୍ୟସ୍ତ ବିବ୍ରତ ହେବେ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମଜୀବିମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ । ଗୁରୁଜନଙ୍କ ଠାରୁ ସହଯୋଗ ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ଛାତ୍ର-ଛାତ୍ରୀମାନେ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସାମାନ୍ୟ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ଓ ସଂସ୍କୃତିକ କାର୍ଯ୍ୟରେ ଭାଗନେବେ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଘଟିବ । ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଜାଗା, ଜମି ଓ ଗୃହସମ୍ବନ୍ଧୀୟ ମାମଲାର ସମାଧାନ ଫଳରେ ଅଧିକ ଲାଭବାନ୍ ହେବେ । ବ୍ୟବସାୟରେ ପ୍ରସାର ପ୍ରଚାର ଓ ନୂତନ ବ୍ୟବସାୟ ଆରମ୍ଭ କରିଲେ ବିଶେଷ ଉପକୃତ ହେବେ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ । ବିଦ୍ୟାରେ ଉନ୍ନତି ଓ ଶୁଭ ସମାଚାର ଶୁଣି ଖୁସିହେବେ । ନିଜ ଗୃହ ସମସ୍ୟା ସଜାଡିଦେଇ ଆନନ୍ଦ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବଢ଼ିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ ଓ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ନିଜର ଭୁଲ୍ ଯୋଗୁ ବ୍ୟବସାୟରେ ହାନି ହେବ । ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ । ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରିବେ । କୌଣସି ଗୁପ୍ତ ଯୋଜନା ବା ଷଡ଼ଯନ୍ତ୍ରର ଶୀକାର ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସେବାକାରୀମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । ପୁରୁଣା ସମସ୍ୟା ଓ ପୁରୁଣା ରୋଗ ନୂଆ ରୂପରେ ଦେଖାଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!