ଦୈନିକ ରାଶିଫଳ: ୦୧ ମାର୍ଚ୍ଚ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ଲୋକଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚ ମାସ ୧ତାରିଖ, ସୋମବାର, କୁମ୍ଭ ମାସ ୧୮ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ସକାଳ ୮ଟା ୩୫ମିନିଟ୍ ଗତେ ତୃତୀୟା ତିଥି କ୍ଷୟ, ଉତ୍ତରାଫାଲଗୁନୀ ନକ୍ଷତ୍ର, ସକାଳ ୭ଟା ୩୬ମିନିଟ୍ ଗତେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ସକାଳ ୮ଟା ୩୫ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୧ମିନିଟ୍ ରୁ ୭ଟା ୩୬ମିନିଟ୍, ଦିବା ୧୦ଟା ୫୦ମିନିଟ୍ ରୁ ୧ଟା ୮ମିନିଟ୍, ଦିବା ୪ଟା ୨୧ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୬ଟା ୩୮ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୫୯ମିନିଟ୍ ରୁ ୨ଟା ୫୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ଭଲ କାମ କରି ସୁଖରେ ଦିନଟି ବିତାଇବେ । କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବ୍ୟବସାୟ କ୍ଷେତ୍ରରେ ସକ୍ରିୟ ହେଲେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ବାହନ ଆଦି କ୍ରୟ କରିପାରିବେ । ନୂଆ କାମ ନୂଆ ପ୍ରେରଣା ଦେବ । ସ୍ୱାସ୍ଥ୍ୟ ଭଲ ରହିବା ସହ ସମସ୍ତ କ୍ଷେତ୍ରରେ ଜୟ ଜୟକାର ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ । ବନ୍ଧୁମାନେ ଈର୍ଷାପରାୟଣ ହେବେ । ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତି ହୋଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଶତ୍ରୁବାଧା ଦୂରେଇ ଯିବ । ବ୍ୟବସାୟରେ ସଫଳତା ପୂର୍ବକ ଆକସ୍ମିକ ଲାଭ ମିଳିପାରେ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ମାଆ ବା ମାତୃସ୍ଥାନୀୟା ରମଣୀଙ୍କ ପାଇଁ ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ସୃଷ୍ଟି ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ସର୍ବୋପରି ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବା ସହ ଆୟ ମଧ୍ୟ ଉତ୍ତମ ହେବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । ପ୍ରତିକାର- ଫିକାରଙ୍ଗରବସ୍ତ୍ର ପରିଧାନ କରନ୍ତୁ ।

ସିଂହ:-

ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଟକିଥିବା ସମସ୍ତ ପରିସ୍ଥିତି ସୁଧୁରି ଯାଇ ନୂତନ କାମରେ ମଧ୍ୟ ଉନ୍ନତି ହେବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟହେବ । ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ସମସ୍ତକାର୍ଯ୍ୟ ବିଳମ୍ବରେ ପୂର୍ଣ୍ଣ ହେବ । ବ୍ୟବସାୟିକ କ୍ଷେତ୍ରରେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ପାରିବାରିକ କ୍ଷେତ୍ରରେ ଶତୃମାନେ ଷଡ଼ଯନ୍ତ୍ର କରି ସମସ୍ୟା ସୃଷ୍ଟି କରି ପାରନ୍ତି । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । କୌଣସି ଏକଅଭିନ୍ନ ମିତ୍ରସହ ଏକ୍ସପୋର୍ଟ, ଇନ୍ପୋର୍ଟ, ହାଣ୍ଡିକ୍ରାଫ୍ଟ, ଫର୍ଣ୍ଣିଚର, ସିଜିନ୍ ବ୍ୟବସାୟରେ ମଧ୍ୟ ଅତ୍ୟନ୍ତ ଲାଭାନ୍ୱିତ ହେବେ । ପତି ପତ୍ନୀଙ୍କ କ୍ଷେତ୍ରରେ ଓ ଦାମ୍ପତ୍ୟଜୀବନ ସୁଖମୟହେବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇବା ହେତୁ ମନଖୁସୀ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଲାଭବାନ୍ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହେବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ ସୁସ୍ଥ ବାତାବରଣ ଜାରି ରହିବ । ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସାମାଜିକ ସ୍ତରରେ ଖ୍ୟାତି ହେବ । ଆୟରସ୍ରୋତ ଖୋଲିଯିବା ଫଳରେ ବିନା ପରିଶ୍ରମରେ ଧନପ୍ରାପ୍ତି ହେବା ସହ ମାନସିକ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟରେ ଆୟ ଅପରିବର୍ତ୍ତିତ ରହି ଶାନ୍ତି ଶୃଙ୍ଖଳା ଦେଖା ଦେବ ଓ ଆଶାତୀତ ଲାଭ ମିଳିବ । ଘରୋଇ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ପରିବାରର ସମସ୍ୟା ସମାଧାନ ହୋଇ କର୍ମ ମୁଖରତା ଯୋଗେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ । ବିଦ୍ୟାର୍ଥି ମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଲାଭବାନ୍ ହେବେ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ଧର୍ମକର୍ମ ବା ଇଷ୍ଟ ସାଧନାରେ ରତରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନଖୁସି ରହିବ ଓ ଲୁଗାପଟା ବା ସୌଖୀନ ଦ୍ରବ୍ୟର ବ୍ୟବସାୟୀ ମାନେ ଅଧିକ ଲାଭ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ଅତିଥି ସତ୍କାର ଯୋଗେ ଖର୍ଚ୍ଚ ବୃଦ୍ଧି ପାଇବ । ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆପଣଙ୍କ ସଫଳତା ଓ ବିଜୟର ଢୋଲ ଚତୁଃପାର୍ଶ୍ୱରେ ବାଜିବା ସହ ସବୁ କ୍ଷେତ୍ରରେ ବାଃ ବାଃ ଶୁଣିବେ । ଶ୍ୱଶୁରଘର ପକ୍ଷରୁ ଆୟର ଗୁପ୍ତସ୍ରୋତ ଖୋଲିଯିବ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!