ଦୈନିକ ରାଶିଫଳ: 01 ମାର୍ଚ୍ଚ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚ ମାସ ୧ ତାରିଖ, ବୁଧବାର, କୁମ୍ଭମାସ ୧୭ ଦିନ, ଫାଲଗୁନ ମାସ, ଶୁକ୍ଲପକ୍ଷ, ଦଶମୀ ତିଥି, ମୃଗଶିରା ନକ୍ଷତ୍ର ଦିବା ୯ଟା ୫୨ ମିନିଟ ପରେ ଆର୍ଦ୍ରା ନକ୍ଷତ୍ର , ମିଥୁନ ରାଶିରେ ଚନ୍ଦ୍ର। ପ୍ରୀତି ଯୋଗ ସନ୍ଧ୍ୟା ୫ଟା ୧ମିନିଟ୍ ପରେ ଆୟୁଷ୍ମାନ ଯୋଗ। ତୈତିଳ କରଣ ସନ୍ଧ୍ୟା ୫ଟା ୨୭ମିନିଟ୍ ପରେ ଗର କରଣ। କର୍କଟ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। କଲମଶାଗ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୯ଟା ୪ମିନିଟ୍ ରୁ ୧୦ଟା ୩୧ମିନିଟ୍, ଦିବା ୧୨ଟା ରୁ ୧ଟା ୨୬ମିନିଟ୍, ରାତ୍ରି ୩ଟା ୪ମିନିଟ୍ ରୁ ୪ଟା ୩୬ ମିନିଟ । ଶୁଭସମୟ- ସକାଳ ୬ଟା ୧୦ମିନିଟ୍ ରୁ ୭ଟା ୪୩ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧୧ଟା ୩୫ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ସନ୍ଧ୍ୟା ୫ଟା ୧ ମିନିଟ, ସନ୍ଧ୍ୟା ୬ଟା ୩୭ମିନିଟ୍ ରୁ ୧୦ଟା ୪୪ମିନିଟ୍, ରାତ୍ର ୨ଟା ୨ମିନିଟ୍ ୩ଟା ୪ମିନିଟ୍, ରାତ୍ର ୪ଟା ୩୬ମିନିଟ୍ ରୁ ୬ଟା ୯ମିନିଟ୍। ପର୍ବଦିନ- ଫଗୁ ଦଶମୀ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ବିଷୟରେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ନୂତନ ଦ୍ରବ୍ୟ କ୍ରୟ କରିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ସରକାରୀ କାମରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମସ୍ତକରେ ଧାରଣ କରନ୍ତୁ।

କର୍କଟ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହି ପାରନ୍ତି। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶୁଭ ସମ୍ବାଦପାଇ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହୋଇପାରେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଦୂରଯାତ୍ରାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ରାଜନୀତିରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ପ୍ରେମୀକ ପ୍ରେମିକାଙ୍କ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ମାନସିକ ସ୍ଥିରତା ରହିବ। ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିଯିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ହେବ। ଶିକ୍ଷା କ୍ଷେତ୍ରରେ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୀତି ବିଜ୍ଞାନ, ବୈଷୟିକ ବିଦ୍ୟା, ଦର୍ଶନଶାସ୍ତ୍ରରେ ରୁଚି ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ବିଚ୍ଛା:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ଅଧ୍ୟାପକ, ଓକିଲ, ପୋଲିସ ଓ ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତି ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ମାନସିକ ଏକାଗ୍ରତା ରଖି ପାରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବସ୍ତ୍ରାଭୂଷଣ ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସମାଜ ସେବା ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!