ଦୈନିକ ରାଶିଫଳ: ୧ ନଭେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୧ତାରିଖ, ରବିବାର, ତୁଳା ମାସ ୧୬ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ଦ୍ଵିଜାନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର ଓ ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୩୭ମିନିଟ୍ ରୁ ୮ଟା ୫୧ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ୯ଟା ୨୨ମିନିଟ୍। ପର୍ବଦିନ- କାର୍ତ୍ତିକ ବ୍ରତାରମ୍ଭ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପାରନ୍ତି। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-

ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ସହ କିଛି ନୂତନ ଦ୍ରବ୍ୟ କ୍ରୟ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇ ଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରି ପାରନ୍ତି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଦୂରବନ୍ଧୁଙ୍କ ସୌଜନ୍ୟମୂଳକ ସାକ୍ଷାତ ଲାଭକରି ଖୁସୀହେବେ। ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରିବେ। ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ ଓ ଅଭିଳଷିତ ଜିନିଷ ପାଇବେ। ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରି ପାରେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। କିନ୍ତୁ ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବୁଝାମଣା ଠିକ୍ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!