୨୦୨୨ମସିହା, ଅକ୍ଟୋବର ମାସ ୧ତାରିଖ, ଶନିବାର, କନ୍ୟାମାସ ୧୫ଦିନ, ଆଶ୍ଵିନମାସ ଶୁକ୍ଳପକ୍ଷ, ଷଷ୍ଠୀତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ । କୌଳବ କରଣ ସକାଳ ୯ଟା ୪୨ମିନିଟ୍ ପରେ ତୈତିଳ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ରାତି ୮ଟା ୪୭ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୮ଟା ୪୭ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୪୦ମିନିଟ୍ ରୁ ୭ଟା ୯ମିନିଟ୍, ଦିବା ୪ଟା ୨ମିନିଟ୍ ରୁ ୫ଟା ୩୧ମିନିଟ୍, ରାତ୍ର ୧ଟା ୫ମିନିଟ୍ ରୁ ୨ଟା ୩୩ମିନିଟ୍ । ଶୁଭସମୟ- ସକାଳ ୭ଟା ୧୬ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୨ଟା ରୁ ୧ଟା ୪ମିନିଟ୍, ଦିବା ୨ଟା ୩୪ମିନିଟ୍ ରୁ ୩ଟା ୮ମିନିଟ୍, ଦିବା ୩ଟା ୫୭ମିନିଟ୍ ରୁ ୪ଟା ୧ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ତପଃ ଷଷ୍ଠୀ, ପୀଠେ ଷଷ୍ଠ୍ୟ । ଦି କଳ୍ପାରମ୍ଭ, ପୀଠଦେବୀଙ୍କ ସପ୍ତମ୍ୟାଦି ତ୍ରିଦିନ ନିଶାର୍ଦ୍ଧ ପୂଜାରମ୍ଭ, ନବପତ୍ରିକା ପ୍ରବେଶ, ବାରବେଳାକୁ ବାଦ ଦେଇ ପୂର୍ବାହ୍ମ ମଧ୍ୟେ ଦୂର୍ଗାଦେବୀଙ୍କର ଷଷ୍ଠ୍ୟ । ଦି କଳ୍ପାରମ୍ଭ ଏବଂ ଷଷ୍ଠୀ ବିହିତ ପୂଜା, ସନ୍ଧ୍ୟାକାଳେ ମୃଣ୍ମୟୀ ଦେବୀଙ୍କ ବିଲ୍ୱାଧିବାସ ।
ମେଷ:-ସମାଜ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଶତୃମାନେ ତଳମୁହାଁ ହେବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଅଚାନକ ଧନ ପ୍ରାପ୍ତି ହୋଇ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ । ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ ଓ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ । ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କଲେ ଆର୍ଥିକ ସ୍ଥିତି ବହୁତ ସୁଦୃଢ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ । ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ । ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା, ରାତ୍ରିକାଳୀନ ଦୁଃସ୍ଵପ୍ନ ଦେଖି ମନ ଉତ୍ତେଜିତ ରହିବ । ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ବିଦ୍ୟା କ୍ଷେତ୍ରରେ ପ୍ରତିକୁଳ ପରିସ୍ଥିତି ଦୂରେଇଯାଇ ମାନସିକ ସୁସ୍ଥତା ଅନୁଭବ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବିରୋଧିମାନେ ଦୂରେଇ ଯିବେ । ପ୍ରିୟଜନ ଙ୍କସହ ମିଳନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ଉନ୍ନତି ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଇଷ୍ଟ ପ୍ରାପ୍ତ ହେବାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହି ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ଧନୁ:-ସ୍ଥଗିତ ଥିବା ଧନ ମିଳିଯିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଧନ ଲାଭ ହେବାରୁ ମନଖୁସି ରହିବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମକର:-ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କୁମ୍ଭ:-ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମୀନ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବଜାୟ ରଖିବେ । ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ପାଇ ସମ୍ମାନିତ ହେବେ । ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।