ଦୈନିକ ରାଶିଫଳ: 01 ଅକ୍ଟୋବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଅର୍ଥ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧ ତାରିଖ, ଗୁରୁବାର, କନ୍ୟାମାସ ୧୬ ଦିନ, ମଳଆଶ୍ଵିନମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ତୁଳା, କୁମ୍ଭରାଶିର ଘାତବାର। ଧନୁରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୭ଟା ୧୫ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ରାତ୍ର ୯ଟା ୩୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଶତୃମାନେ ଦୂରେଇ ଯିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ମେହନତର ପରିଣାମ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ବ୍ୟବସାୟ ଓ କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସରକାରୀ କାମରେ ସଫଳତା ମିଳିବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଆପଣ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ଶତ୍ରୁମାନେ ମଥାନତ କରିବେ। ବନ୍ଧୁ ସମାଗମ ହେବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ। ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଘାଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପୂରାତନ ରୋଗର ଉପଶମ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପରିବାରରେ ଆଦରପାଇ ସୁଖଭୋଗ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ।  ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲି ମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶିଆଘାତ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସମ୍ପତ୍ତି କ୍ରୟ କରିବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!