ସାପ୍ତାହିକ ରାଶିଫଳ : ଅଗଷ୍ଟ ୨ ରୁ ଅଗଷ୍ଟ ୮ତାରି, ବନୁଛି ମହାଲକ୍ଷ୍ମୀ ଯୋଗ ଏହି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ତଳ ମହଲରୁ ଆଶାତୀତ ଲାଭ ପାଇବେ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । କୋର୍ଟ କଚେରୀ ମାମଲା ଓ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ସୁଯୋଗ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗର ଉପଶମ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରେମିକ ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ କିନ୍ତୁ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପମାନିତ ହୋଇ ପାରନ୍ତି । କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ । ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇବା ସହ ସଫଳତା ଲାଭ କରିବେ । ଶାରିରୀକ ସୁସ୍ଥତା ଦେଖା ଦେବ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!