ଦୈନିକ ରାଶିଫଳ: 01 ସେପ୍ଟେମ୍ବର 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୧ତାରିଖ, ଗୁରୁବାର, ସିଂହମାସ ୧୬ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି ଦିବା ୨ଟା ୪୯ମିନିଟ୍ ପରେ ଷଷ୍ଠୀତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ । ବାଳବ କରଣ ଦିବା ୨ଟା ୪୯ମିନିଟ୍ ପରେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ ଦିବା ୨ଟା ୪୯ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୨ଟା ୪୯ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୫୨ମିନିଟ୍ ରୁ ସନ୍ଧ୍ୟା ୫ଟା ୫୮ମିନିଟ୍, ରାତ୍ରି ୧୧ଟା ୪୬ମିନିଟ୍ ରୁ ୧ଟା ୧୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧ଟା, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ଋଷି ପଞ୍ଚମୀ, ଗୁରୁ ପଞ୍ଚମୀ ବ୍ରତ, ପଶ୍ଚିମ ଓଡିଶାରେ ନୂଆଖାଇ ପର୍ବ ।

ମେଷ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆୟକୁ ବଢେଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ରାଜନୀତି କ୍ଷେତ୍ରରେ ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧିପାଇବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ମାମଲା ସୁଧୁରି ଯିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଚେଷ୍ଟା କରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ । ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶତୃବଧା ଦୂରେଇ ଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ଆନନ୍ଦିତ ହେବେ । ବ୍ୟବସାୟିକ ଗତିବିଧି ଠିକ୍ ରହିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇଯିବା ଫଳରେ ଆନନ୍ଦିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମାଲିମୋକଦ୍ଦମାରେ ବଂଧୁଙ୍କ ସହଯୋଗରେ ବିଜୟ ପ୍ରାପ୍ତ ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପରୀକ୍ଷା ପ୍ରତିଯୋଗିତାରେ ଅଚାନକ ଶୁଭଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ନୂତନ ବନ୍ଧୁ ଭେଟ ହେବେ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମକର:-ଅର୍ଥଲାଭର ମାର୍ଗ ଖୋଲି ଯିବ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ମନୋରଂଜନ କାର୍ଯ୍ୟରେ ସମୟ କଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ସମାଜ ସେବାରେ ସ୍ଵନାମ ଅର୍ଜନ କରିବା ସହ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!