ଦୈନିକ ରାଶିଫଳ: ୧ ସେପ୍ଟେମ୍ବର ୨୦୨୦, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୧ ତାରିଖ, ମଙ୍ଗଳବାର, ସିଂହ ମାସ ୧୭ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ସକାଳ ୯ଟା ୩୯ମିନିଟ୍ ଗତେ ପୂର୍ଣ୍ଣିମାତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ସକାଳ ୯ଟା ୩୯ମିନିଟ୍ ପରେ ଆମିଷ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୧ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୨୬ମିନିଟ୍ ରୁ ୫ଟା ୭ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ୬ଟା ୪୩ମିନିଟ୍, ରାତ୍ର ୯ଟା ୪ମିନିଟ୍ ରୁ ୧୧ଟା ୨୨ମିନିଟ୍। ପର୍ବଦିନ- ଅନନ୍ତ ବ୍ରତ, ଇନ୍ଦ୍ର ପୂର୍ଣ୍ଣିମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବା ଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ଓ ବହୁବିଧ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ରାଜନୈତିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ।  ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ପାଇବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇ ପାରେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ।  ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମାଜ ସେବା କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।  ଅଧିକାରୀଙ୍କଠାରୁ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ଦାମ୍ପତ୍ୟସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଛାତ୍ରଛାତ୍ରୀମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। କାର୍ଯ୍ୟ କ୍ଷେତ୍ରରେ ଗୁରୁଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ସହକର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। 

ଧନୁ:-

ବ୍ୟବସାୟରେ କର୍ମଚାରୀ ମାନଙ୍କ କଠିନ ପରିଶ୍ରମ ଓ ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବା ସହ ପ୍ରଶଂସିତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ। ପରିବାରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସହକର୍ମୀମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ସମ୍ପର୍କୀୟଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ। ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!