ଦୈନିକ ରାଶିଫଳ: ୨ ଏପ୍ରିଲ ୨୦୨୦, ମା ଲକ୍ଷ୍ମୀ ଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨ତାରିଖ, ଗୁରୁବାର, ମୀନ ମାସ ୨୦ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ନବମୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୪୩ମିନିଟ୍ ରୁ ୭ଟା ୧୯ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧ଟା ୨ମିନିଟ୍। ପର୍ବଦିନ ସର୍ବ ସମ୍ମତ ଶ୍ରୀରାମ ନବମୀ, ପୀଠ ଓ ମୃଣ୍ମୟୀ ଦେବୀ ବାସନ୍ତିକ ନବମୀ ପୂଜା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ ଓ ପରିବାରଙ୍କ ସହିତ ସମୟ ବିତେଇବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମନରେଥିବା କାମନା ପୂର୍ଣ୍ଣ ହେବ।  ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶାରୀରିକ କଷ୍ଟ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସନ୍ତାନ ସୁଖ ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ମିଳି ପାରେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ଅପେକ୍ଷା ବ୍ୟୟ ଅଧିକ କରିବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ସମାଜ ସେବାରେ ପ୍ରଶଂସିତ ହେବେ।  ପ୍ରତିକାରଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ସିଂହ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଘାତ ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।  ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଘାତ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। କର୍ମକ୍ଷେତ୍ରରେ ଅସନ୍ତୋଷ ଓ ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି।ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହିବେ। ଶାରୀରିକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଶାନ୍ତିର ଝଡ ଶାନ୍ତ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଘାତ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଶତୃମାନେ ଦୂରେଇଯିବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ। ନିଜ ଲୋକମାନେ ହିଁ କାମରେ ଆସିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!