ଦୈନିକ ରାଶିଫଳ: 02 ଏପ୍ରିଲ 2022, ଶନିଦେବଙ୍କ କୃପାରୁ ଏହି 6ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୨ତାରିଖ, ଶନିବାର, ମୀନ ମାସ ୧୯ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପ୍ରତିପଦ ତିଥି ଦିବା ୧୧ଟା ୫୯ ମିନିଟ୍ ପରେ ଦ୍ଵିତୀୟା ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର, ଦିବା ୧୧ଟା୨୧ ମିନିଟ୍ ପରେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ ଦିବା ୮ଟା ୩୦ ମିନିଟ୍ ପରେ ବୈଧୃତି ଯୋଗ । ବବ କରଣ ଦିବା ୧୧ଟା ୫୯ମିନିଟ୍ ପରେ ବାଳବ କରଣ । ବୃଷ, ସିଂହଓ କନ୍ୟା ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୨୧ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ଦିବା ୧୧ ଟା ୫୯ ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ଦିବା ୧୧ଟା ୫୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଏବଂ ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୫ଟା ୪୪ମିନିଟ୍ ରୁ ଦିବା ୦୭ଟା ୧୫ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ,୨ ଟା ୫୪ମିନିଟ୍,ଦିବା ୪ ଟା ୨୬ ମିନିଟ୍ ରୁ ରାତି ୭ଟା୨୬ ମିନିଟ୍ ରାତି ୪ଟା୧୪ ମିନିଟ୍ ରୁ ୫ଟା୪୨ ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୯ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୧୦ଟା ୪୦ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ୧ଟା ୪୮ମିନିଟ୍, ରାତ୍ର ୨ଟା ୩୫ମିନିଟ୍ ରୁ ରାତ୍ର ୪ଟା ୦୯ମିନିଟ୍ । ପର୍ବଦିନ-ହିନ୍ଦୁ ନବବର୍ଷ ।

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋ ରଞ୍ଜନରେ ମଜ୍ଜି ରହିବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ରାଜନିତୀ କ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ବ୍ୟବସାୟୀ ମାନେ ବା ବ୍ୟବସାୟ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କର୍କଟ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସୂଚନା ଶୁଣିବାକୁ ପାଇବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସି ଗୃହସ୍ଥ ଜୀବନ ସୁଖମୟ ହେବ । ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତି ଓ ମାନ ସମ୍ମାନ ବୃଦ୍ଧିହେବ । ସରକାରୀ କର୍ମଚାରୀ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ବାଧା ଆସିପାରେ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେବ । ନିଜର କ୍ରୋଧଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତିକ୍ଷେତ୍ରରେ ବିଫଳହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟୀମାନେ ଧୈର୍ଯ୍ୟ ଓ ସଂଯମତା ରଖିବା ଆବଶ୍ୟକ ନତୁବା ଅଧିକ ଫାଇଦା ଉଠାଇବା ଚକ୍କରରେ ବ୍ୟୟ ଅଧିକ ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ । ଶତୃମାନେ ମିତ୍ରଭାବ ଆଚରଣ କରିବା ଫଳରେ କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ । ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଶତୃବୃଦ୍ଧି ହେଲେ ମଧ୍ୟ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଦାମ୍ପତ୍ୟସୁଖ ବୃଦ୍ଧିହେବ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖାଦେବ । ମନକୁଆଘାତ ଲାଗିଲାପରି କଥା ଶୁଣିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଶିକ୍ଷାର୍ଥୀମାନେ ଉଚ୍ଚବିଦ୍ୟା ଅଧ୍ୟୟନର ସୁଯୋଗ ପାଇବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଉତ୍ତମ ରୋଜଗାର କରିପାରିବେ । ରାଜନୀତି କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରି ପ୍ରଶଂସା ପାଇବେ । ଶତୃମାନେ ତଳମୁହାଁ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ଦୂରଯାତ୍ରାରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନହେବ । ଆର୍ଥିକ ଦିଗରୁ ଉନ୍ନତିହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବାପାଇଁ ଆଗ୍ରହ ବୃଦ୍ଧି ପାଇବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟପୂର୍ଣ୍ଣ ସଂପର୍କ ରହିବ । ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!