ଦୈନିକ ରାଶିଫଳ: 02 ଏପ୍ରିଲ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଧନର ଆଗମନ ହୋଇପାରେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଗୃହୋପକରଣ କ୍ରୟ କରି ପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବ୍ୟବସାୟିକ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:- ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଦୂରସ୍ଥାନକୁ ଯିବାକୁ ପଡିପାରେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳି ପାରେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ମାନସିକ ଶାନ୍ତି ମିଳିବା ସହ ଧନ ପ୍ରାପ୍ତି ହେବ। ରାଜନୀତିରେ ଫାଇଦା ଉଠାଇବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ସମାଜରେ ପଦ ପଦବୀ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମାଆଙ୍କ ପକ୍ଷରୁ ସହଯୋଗ ମିଳିବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ପରିବାରରେ ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। ଅଚାନକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!