ଦୈନିକ ରାଶିଫଳ: 02 ଅଗଷ୍ଟ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୨ତାରିଖ, ମଙ୍ଗଳବାର, କର୍କଟମାସ ୧୭ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର ସନ୍ଧ୍ୟା ୫ଟା ୨୮ମିନିଟ୍ ପରେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଶିବ ଯୋଗ ସନ୍ଧ୍ୟା ୬ଟା ୩୬ମିନିଟ୍ ପରେ ସିଦ୍ଧ ଯୋଗ । ବବ କରଣ ସନ୍ଧ୍ୟା ୫ଟା ୩୧ମିନିଟ୍ ପରେ ବାଳବ କରଣ । ମକର ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୩ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୩ଟା ୬ମିନିଟ୍, ରାତ୍ରି ୭ଟା ୪୨ମିନିଟ୍ ରୁ ୯ଟା ୬ମିନିଟ୍ । ଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୧୧ମିନିଟ୍ ରୁ ଦିବା ୧ଟା ୨୮ମିନିଟ୍, ଦିବା ୪ଟା ୪୩ମିନିଟ୍ ରୁ ୫ଟା ୨୬ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ୭ଟା ୨ମିନିଟ୍, ରାତ୍ର ୯ଟା ୧୮ମିନିଟ୍ ରୁ ୧୧ଟା ୨୯ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୩ଟା ୧୨ମିନିଟ୍ । ପର୍ବଦିନ- ଜାଗୁଳାଇ ପଞ୍ଚମୀ ।

ମେଷ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳିପାରେ । ନୂଆ ଜ୍ଞାନର ବୃଦ୍ଧି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହୋଇପାରେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ସାଥିଙ୍କ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଧାର୍ମିକ କ୍ଷେତ୍ରରୁ ପ୍ରେରଣା ପାଇ ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ହେବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ବକେୟା ଅର୍ଥ ଆଦାୟ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଛାତ୍ର ଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହୋଇ ପାରେ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଯାତ୍ରାରେ ସଫଳତା ଲାଭ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରେମୀକ ପ୍ରେମିକା ମାନେ ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଅନେକ ଦିଗରୁ ଖୁସି ମିଳିବ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!