ଦୈନିକ ରାଶିଫଳ: 02 ଡିସେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୨ତାରିଖ, ବୁଧବାର, ବିଛାମାସ ୧୭ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ମୃଗଶିରାନକ୍ଷତ୍ର, ଦିବା୧୦ଟା ୩୭ମିନିଟ୍ ଗତେ ଆର୍ଦ୍ରାନକ୍ଷତ୍ର, ମିଥୁନରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧୦ମିନିଟ୍ ରୁ ୮ଟା ୧୯ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ୧୧ଟା ୩୫ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୩ଟା ୩୪ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୩୩ମିନିଟ୍ ରୁ ୨ଟା ୫୨ମିନିଟ୍।

ମେଷ:-

ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଯୋଗେ ସମ୍ବନ୍ଧରେ ପ୍ରଗାଢତା ଦେଖା ଦେବ। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବାରର ମାମଲା ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ପ୍ରଶଂସା ପାଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହୋଇ ପାରନ୍ତି। ଘରର କୌଣସି ନୂତନ ବସ୍ତୁ କ୍ରୟ କରି ପାରିବେ। କୌଣସିଠାରୁ ଶୁଭ ସମାଚାର ଶୁଣି ମନ ଆନନ୍ଦ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ଆକସ୍ମିକ ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ। ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

କନ୍ୟା:-

ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ନାନା ବାଟରେ ଧନାଗମ ଘଟିବା ଫଳରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ପାରିବାରିକ ଜୀବନ ସୁଖରେ କାଟିବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଯାତ୍ରା ଫଳରେ ଉତ୍ସାହିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗୀ ହେବେ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଶିଳ୍ପବାଣିଜ୍ୟ କାମରେ ପ୍ରଶଂସା ମିଳିବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଶୁଭ ସୂଚନା ପାଇବେ। ଦୂର ଯାତ୍ରାରେ ସଫଳତା ମିଳିବ। ଅଚାନକ ଭାବରେ ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ସାମାଜିକ କାର୍ଯ୍ୟରେ ସମୟ ବିତେଇବେ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଲୋକମାନଙ୍କ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ। ପଢ଼ାପଢ଼ିରେ ମନଯୋଗଦେଲେ ବିଦ୍ୟାରେ ଉନ୍ନତି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବା ଫଳରେ ସମ୍ମାନଲାଭ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!