ଦୈନିକ ରାଶିଫଳ: 02 ଡିସେମ୍ବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୨ତାରିଖ, ଶୁକ୍ରବାର, ବିଛାମାସ ୧୭ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ନବମୀତିଥି ପ୍ରାତଃ ୬ଟା ୧୫ମିନିଟ୍ ପରେ ଦଶମୀତିଥି କ୍ଷୟ, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ବଜ୍ରଯୋଗ ସକାଳ ୭ଟା ୨୯ମିନିଟ୍ ପରେ ସିଦ୍ଧି ଯୋଗ। କୌଳବ କରଣ ପ୍ରାତଃ ୬ଟା ୧୫ମିନିଟ୍ ପରେ ତୈତିଳ କରଣ। ବିଛା, ଧନୁ, ମୀନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ ପ୍ରାତଃ ୬ଟା ୧୫ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ। ଯୋଗିନୀ- ପୂର୍ବେ ପ୍ରାତଃ ୬ଟା ୧୫ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୫୨ମିନିଟ୍ ରୁ ୧୧ଟା ୩୫ମିନିଟ୍, ରାତ୍ରି ୮ଟା ୧୯ମିନିଟ୍ ରୁ ୯ଟା ୫୭ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୧୦ମିନିଟ୍ ରୁ ୬ଟା ୫୧ମିନିଟ୍, ସକାଳ ୭ଟା ୩୭ମିନିଟ୍ ରୁ ୮ଟା ୫୧ମିନିଟ୍, ଦିବା ୧୧ଟା ୫୮ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ରାତ୍ର ୮ଟା ୧୮ମିନିଟ୍, ରାତ୍ର ୧୨ଟା ୩ମିନିଟ୍ ରୁ ୧ଟା ୪୬ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ ୪ଟା ୨୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। କଷ୍ଟସାଧ୍ୟ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ରାଜନୀତିରେ ମାନହାନୀ ହେବା ସହ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ନିଜର ଚତୁରତା ଓ ବିବେକବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆର୍ଥିକ ଦିଗରୁ ପ୍ରବଳ ଉନ୍ନତି ହେବ। ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବାସହ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। କର୍ମକ୍ଷେତ୍ରରେ କେବେବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟ ଭଲ ରହିବା ସହ ନୂତନ ସଂସ୍ଥାର ଆୟୋଜନ କରିବେ। ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବାସହ ଆପଣଙ୍କ କାର୍ଯ୍ୟକୁ ପ୍ରଶଂସା କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି ଓ ଦୂରଯାତ୍ରାରେ ଲାଭ ବାନ୍ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ଓ ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବିରୋଧୀମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଜାଗା ଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରି ପାରନ୍ତି। ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳିବାର ରାସ୍ତା ଦେଖାଦେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ଯୋଗଦେଇ ପ୍ରଶଂସା ପାଇବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶତୃମାନେ ଦୂରେଇ ଯିବେ ଓ ଆକସ୍ମିକ ଧନ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟ ସିଦ୍ଧି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିଜମା ସମସ୍ୟାର ସମାଧାନ ହୋଇପାରେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ ଓ ଯାତ୍ରାରେ ସଫଳତା ପ୍ରାପ୍ତି ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ସଫଳତା ମିଳିବ। ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିମାନେ ଉନ୍ନତି କରି ପାରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!