ଦୈନିକ ରାଶିଫଳ: 02 ଫେବୃୟାରୀ ୨୦୨୧, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୨ତାରିଖ, ମଙ୍ଗଳବାର, ମକର ମାସ ୨୦ଦିନ, ମାଘମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ, ଦିବା ୪ଟା ୧୯ମିନିଟ୍ ପରେ ପିତା ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ସକାଳ ୯ଟା ୧୩ମିନିଟ୍ ରୁ ୧୦ଟା ୫୨ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୧ଟା ୨୩ମିନିଟ୍, ଦିବା ୩ଟା ୨୨ମିନିଟ୍ ରୁ ୪ଟା ୫୦ମିନିଟ୍, ସନ୍ଧ୍ୟା ୫ଟା ୩୬ମିନିଟ୍ ରୁ ୬ଟା ୨୫ମିନିଟ୍, ରାତ୍ର ୯ଟା ୧ମିନିଟ୍ ରୁ ୧୧ଟା ୩୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ଚିନ୍ତା ଦୂର ହେବା ଫଳରେ ମାନସିକ ଶାନ୍ତି ପାଇବେ । ସାମାନ୍ୟ ପରିଶ୍ରମ କଲେ ଅଧିକ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସନ୍ତାନ ସହ ଆଜି ସମୟ ବିତେଇବେ । ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଦୌଡ-ଧୂପରେ ସୁଖ ଅନୁଭବ କରିବେ । ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରି ପାରିବେ । ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଜୀବନର ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ । ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତି ଉନ୍ନତି ପ୍ରାପ୍ତ କରିବେ । ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଧନର ଆଗମନ ହୋଇପାରେ । ସ୍ୱାସ୍ଥ୍ୟ ଠିକ୍ ରହିବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରି ପାରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଦୀର୍ଘଦିନର ଆଶା ପୂରଣ ହେବ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ବିଚ୍ଛା:-

ଶତୃମାନେ ପରାଜିତ ହେବେ । ରୋଜଗାର ସମସ୍ୟା ସୁଧୁରି ଯିବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବିଶେଷ ଲାଭବାନ୍ ହେବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ଦୂରସ୍ଥାନକୁ ଯାତ୍ରା କଲେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ଧନୁ:-

କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ବା ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ । ନାନା ବାଟରେ ଧନାଗମ ଘଟିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ ପ୍ରକାର ପରିବର୍ତ୍ତନ ଆସିବ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କୁମ୍ଭ:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ବ୍ୟବସାୟରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ନାନା ବାଟରେ ଧନାଗମ ଘଟି ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ସହକର୍ମୀମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇବେ । ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖବୃଦ୍ଧି ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!