ଦୈନିକ ରାଶିଫଳ: 02 ଫେବୃୟାରୀ 2023, ମା ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୨ ତାରିଖ, ଗୁରୁବାର, ମକର ମାସ ୨୦ ଦିନ, ମାଘ ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି ଦିବା ୪ଟା ୨୬ ମିନିଟ ପରେ ତ୍ରୟୋଦଶୀ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ ଦିବା ୧୨ଟା ୧୧ମିନିଟ ପରେ ବିଷ୍କୁମ୍ଭ ଯୋଗ । ବାଳବ କରଣ ଦିବା ୪ଟା ୨୬ମିନିଟ୍ ପରେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ପୋଇ, ମସୁରଡାଲି ଦିବା ୪ଟା ୨୬ ମିନିଟ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୪ଟା ୨୬ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୪୭ମିନିଟ୍ ରୁ ଦିବା ୪ଟା ୧୧ମିନିଟ୍, ଦିବା ୪ଟା ୧୧ମିନିଟ୍ ରୁ ୫ଟା ୩୫ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୬ମିନିଟ୍ । ଶୁଭସମୟ- ସକାଳ ୬ଟା ୨୫ମିନିଟ୍ ରୁ ୭ଟା ୫୪ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୩ଟା ରୁ ୩ଟା ୫୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ଘଟି ଶରୀର ସୁସ୍ଥ ରହିବ । ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସାମାଜିକ କାର୍ଯ୍ୟରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଭାବମୂର୍ତ୍ତି ରକ୍ଷା କରି କର୍ମକ୍ଷେତ୍ରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଶୁଭକାମ କରି ପ୍ରଶଂସିତ ହେବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କର୍କଟ:-ବାଦବିବାଦ, ମାଲିମୋକଦ୍ଦମା, କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଆଶା ମୁତାବକ ଫଳ ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଗଲେ ହଇରାଣ ହରକତ ହେବାକୁ ପଡିପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କନ୍ୟା:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ପ୍ରଚୁର ହେବ । ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ । ପରିବାର ମଧ୍ୟରେ ବାତ୍ସଲ୍ୟ ମମତାରେ ଆବଦ୍ଧ ରହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ଗୃହୋପକରଣ କ୍ରୟ କରିବେ । ସନ୍ତାନ ସୁଖ ପ୍ରାପ୍ତି ହେବ କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ମାନସିକ ଦୁଶ୍ଚିନ୍ତା ଦୂର ହେବ । ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ । ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ମାନ-ପ୍ରତିଷ୍ଠା ବଢିବ । ମଉଜ-ମସ୍ତିରେ ସମୟ କଟିପାରେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

କୁମ୍ଭ:-ସାଧାରଣ ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ । କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଭାଗୀଦାରୀ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ନାନାବିଧ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!